କନକବ୍ୟୁରୋ : ମାଓମୁକ୍ତ ହେଲା ରାୟଗଡ଼ା ଜିଲ୍ଲା , କୁଖ୍ୟାତ ମାଓ ଦମ୍ପତ୍ତି ନିଖିଳ ଓ ଇନ୍ଦୁଙ୍କ ସହ ୧୫ ମାଓବାଦୀଙ୍କ ଆତ୍ମସମର୍ପଣ ପରେ ସାମ୍ବାଦିକ ସମ୍ମିଳନୀ କରି ଏହି ସୂଚନା ଦେଇଛନ୍ତି ଏଡିଜି ସଂଜୀବ କୁମାର ପଣ୍ଡା । ବାସଧାରା ଘୁମୁସର ନାଗାବଳି ଡିଭିଜନ ର ଦୁଇ କୁଖ୍ୟାତ ମାଓବାଦୀ ନିଖିଲ ଓ ଇନ୍ଦୁଙ୍କ ସହ ୧୩ ମାଓବାଦୀ ହେଲେ ବିକାଶ, ସୁନ୍ଦର, ପ୍ରଦୀପ, ରୋସନି, ଅରୁଣା, ନନ୍ଦେ, ନିକିତା, କୁମାରୀ, ଦୀପକ, ରାକେଶ, ଲଲିତ୍, ରାଜେ ଏବଂ ମାଳତି ଆତ୍ମସମର୍ପଣ କରିଛନ୍ତି । ଏନେଇ ଏଡିଜି ସଂଜୀବ କୁମାର ପଣ୍ଡା ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି । ମାଓ ଦମ୍ପତି ନିଖିଲ ଓ ଇନ୍ଦୁଙ୍କ ମୁଣ୍ଡରେ ଏକ କୋଟି ଦଶ ଲକ୍ଷ ଟଙ୍କାର ପୁରସ୍କାର ରାଶି ରହିଥିଲା । ଆତ୍ମସମର୍ପଣ କରିଥିବା ମାଓବାଦୀ ମାନେ ହିଂସା ଛାଡି ସମାଜର ମୁଖ୍ୟସ୍ରୋତରେ ସାମିଲ ହୋଇଥିବା କହିଛନ୍ତି ।
ଅଧିକ ପଢନ୍ତୁ...ଭୁବନେଶ୍ୱର, କଟକ, ପୁରୀ ଓ ପାରାଦ୍ୱୀପ ହେବ ଅର୍ଥନୈତିକ କରିଡର : ଶୁଭାରମ୍ଭ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ
ଆତ୍ମସମର୍ପଣ କରିଥିବା ମାଓବାଦୀମାନେ ନିୟମଗିରି ପାଦଦେଶରେ ରହି ବାଘୁନା ଡିଭିଜନକୁ ପରିଚାଳନା କରୁଥିଲେ । ତେବେ ଆଗକୁ ଜଳ, ଜମି ଓ ଜଙ୍ଗଲ ସୁରକ୍ଷା ପାଇଁ କାମ କରିବେ ବୋଲି କହିଛନ୍ତି। ମାଓବାଦୀ ମାନେ ହିଂସାକାଣ୍ଡ ରେ ବ୍ୟବହାର କରୁଥିବି ୨ଟି ଏକେ-୪୭, ୫ଟି ଏସଏଲଆର୍, ଗୋଟିଏ ଷ୍ଟେନ୍ଗନ୍, ଇନ୍ସାସ୍- ୧, ରାଇଫଲ-୧ ସହ ଅଫୁଟା ଗୁଳି ପୁଲିସକୁ ହସ୍ତାନ୍ତର କରିଛନ୍ତି ।
ଏହି ସାମ୍ବାଦିକ ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ସିଆରପିଏଫ ଆଇଜି ଅମିତେନ୍ଦ୍ରନାଥ ସିଂହା , ଦକ୍ଷିଣ ପଶ୍ଚିମ ଡିଆଇଜି କନଭର ବିଶାଳ ସିଂ, ରାୟଗଡା ଏସପି ସ୍ଵାତି ଏସ କୁମାର, କଳାହାଣ୍ଡି ଏସପି ଦେବରାଜ ନାଗାର କୋଣ୍ଡା, କନ୍ଧମାଳ ଏସପି ହରିଶ୍ ବିସି, ରାୟଗଡା ଆଶୁତୋଷ କୁଲକର୍ଣ୍ଣି ସମେତ ବହୁ ବରିଷ୍ଠ ପୁଲିସ ଅଧିକାରୀ ଉପସ୍ଥିତ ଥିଲେ ।
---
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/07/maobadi-2026-02-07-13-41-20.jpg)