କନକ ବ୍ୟୁରୋ : ରାଜଧାନୀରେ ଫୁଟିଲା ଗୁଳି, ନିଶା ମାଫିଆ ଶେଖ ଜାମସେଦକୁ ଏନକାଉଣ୍ଟର । ଗୁରୁତର ଅବସ୍ଥାରେ ଏମ୍ସରେ ଅପରାଧୀକୁ ଭର୍ତ୍ତି କରାଯାଇଛି । ସ୍ପେଶାଲ କ୍ରାଇମ୍ ୟୁନିଟ୍ ଅଫିସର ଅନୁପ କାନୁନଗୋ ଏହି ଏନକାଉଣ୍ଟର କରିଥିବା ବେଳେ ଅପରାଧୀ ଗୋଡ଼ରେ ଦୁଇଟି ଗୁଳି ବାଜିଛି । ଶେଖ ଜାମସେଦ ନିକଟରୁ ୨୦ଲକ୍ଷ ଟଙ୍କାର ବ୍ରାଉନସୁଗାର ସହ ଗୋଟିଏ ମାଉଜର ଜବତ କରାଯାଇଛି ।
ଏହି ନିଶା ମାଫିଆ ନାଁରେ ପୂର୍ବରୁ ଲାଲବାଗ୍ , ବାଲିଅନ୍ତା, ବଡ଼ଗଡ ଥାନାରେ ବିଭିନ୍ନ ମାମଲା ରହିଥିବା ବେଳେ କ୍ରାଇମବ୍ରାଞ୍ଚ ଏସଟିଏଫ ଦ୍ବାରା ଗିରଫ ମଧ୍ୟ ହୋଇଥିଲା । ବିଳମ୍ବିତ ରାତିରେ ପୋଖରୀପୁଟରୁ ଖଣ୍ଡଗିରିକୁ ଯାଉଥିବା ବେଳେ ପିଛା କରିଥିଲା ସ୍ପେଶାଲ କ୍ରାଇମ ୟୁନିଟ୍ । ନିଜକୁ ବଞ୍ଚାଇବାକୁ ଯାଇ ଶେଖ ଜାମସେଦ ପୋଲିସ ଉପରକୁ ଗୁଳି ଚଳାଇଥିଲା । ପୋଲିସର ପାଲଟା ଗୁଳି ମାଡରେ ଅଭିଯୁକ୍ତର ଗୋଡ଼ରେ ଦୁଇଟି ଗୁଳି ବାଜିଛି । ଆହତ ଅବସ୍ଥାରେ ଏମ୍ସରେ ଭର୍ତ୍ତି ହୋଇଛି ଅଭିଯୁକ୍ତ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/04/11/yjnKu5ZKn2QPKuf7TYv0.jpeg)