କନକ ବ୍ୟୁରୋ: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ନଭେମ୍ବର ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଉ ୨୩ ତାରିଖ ବେଳକୁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି ।
ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କେତେ ରହିବ, ସେ ନେଇ କିଛି ସୂଚନା ଦେଇନାହିଁ ଆଇଏମଡି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2024/11/19/u1tyxNggl0EEXnTRPHjz.jpg)