୨୩ରେ ଆସୁଛି ଆଉ ଏକ ଲଘୁଚାପ । ଘନୀଭୂତ ହୋଇ ନେଇପାରେ ଅବପାତର ରୂପ..

Advertisment

୨୩ରେ ଆସୁଛି ଆଉ ଏକ ଲଘୁଚାପ । ୨୧ ସୁଦ୍ଧା ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା । ଘନୀଭୂତ ହୋଇ ନେଇପାରେ ଅବପାତର ରୂପ ।

୨୩ରେ ଆସୁଛି ଆଉ ଏକ ଲଘୁଚାପ । ୨୧ ସୁଦ୍ଧା ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ଆଶଙ୍କା । ଘନୀଭୂତ ହୋଇ ନେଇପାରେ ଅବପାତର ରୂପ ।

LAGHUCHAPA

କନକ ବ୍ୟୁରୋ: ବଙ୍ଗୋପସାଗରରେ ଆସୁଛି ଆଉ ଏକ ଲଘୁଚାପ । ନଭେମ୍ବର ୨୧ ତାରିଖ ସୁଦ୍ଧା ଦକ୍ଷିଣ ଆଣ୍ଡାମାନସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଉ ୨୩ ତାରିଖ ବେଳକୁ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । 

ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଆସନ୍ତା ୨ଦିନ ମଧ୍ୟରେ ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଅବପାତର ରୂପ ନେବ । ତେବେ ଲଘୁଚାପର ପ୍ରଭାବ କେତେ ରହିବ, ସେ ନେଇ କିଛି ସୂଚନା ଦେଇନାହିଁ ଆଇଏମଡି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe