କନକ ବ୍ୟୁରୋ: ପୁଣି ଲଘୁଚାପ ସମ୍ଭାବନା । ୩୦ତାରିଖ ବେଳକୁ ଉତ୍ତର ଆଣ୍ଡାମାନସାଗର ଅଞ୍ଚଳରେ ଏକ ନୂତନ ଘୂର୍ଣ୍ଣିବଳୟ ପ୍ରବେଶ ନେଇ ସୂଚନା । ଏହାର ପ୍ରଭାବରେ ଉତ୍ତର ପାର୍ଶ୍ଵବର୍ତ୍ତୀ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ୧ ଅକ୍ଟୋବର ବେଳକୁ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି l ଏପଟେ ପୂର୍ବ କେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର-ପୂର୍ବ ବଙ୍ଗୋପସାଗର ସୃଷ୍ଟ ଲଘୁଚାପ ଅବପାତର ରୂପ ନେଇ ଉପକୂଳ ମୁହାଁ ହେଉଛି । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶା ସମେତ ସାରା ରାଜ୍ୟରେ ପ୍ରବଳ ବର୍ଷା ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।
କୋରାପୁଟ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ରେଡ ଆଲର୍ଟ ଜାରି କରାଯାଇଥିବାରୁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛି ଜିଲ୍ଲା ପ୍ରଶାସନ। ତେବେ ସ୍କୁଲ, କଲେଜରେ ଶିକ୍ଷକମାନେ ଉପସ୍ଥିତି ରହିବା ସହ ଆବଶ୍ୟକ ହେଲେ ସମ୍ଭାବ୍ୟ ସ୍ଥିତିର ମୁକାବିଲାରେ ସ୍ଥାନୀୟ ଅଧିକାରୀଙ୍କୁ ସହାୟତା କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି । ସେହିପରି ମାଲକାନଗିରି ଜିଲ୍ଲାକୁ ମଧ୍ୟ ରେଡୱାର୍ଣ୍ଣିଂ ଜାରି ହୋଇଥିବାରୁ ସମସ୍ତ ଘରୋଇ ସରକାରୀ ବିଦ୍ୟାଳୟକୁ ଛୁଟି ଘୋଷଣା କରାଯାଇଛି । ଏପଟେ ଅବପାତ ପ୍ରଭାବରେ ଆଗାମି ଦୁଇଦିନ ଗଞ୍ଜାମ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସମସ୍ତ ବିଦ୍ୟାଳୟକୁ ଛୁଟି ଘୋଷଣା କରିଛନ୍ତି । ପାଣିପାଗ ବିଭାଗ ପକ୍ଷରୁ ଗଞ୍ଜାମ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ କରାଯାଇଛି। ଅନ୍ୟପକ୍ଷେ ଶିକ୍ଷକଶିକ୍ଷୟିତ୍ରୀ ଓ ଅଣଶିକ୍ଷକ କର୍ମଚାରୀ ବିଦ୍ୟାଳୟ ମାନଙ୍କରେ ଉପସ୍ଥିତ ରହିବା ନେଇ ନିର୍ଦ୍ଦେଶ ଦିଆଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/09/27/rain-2025-09-27-10-58-29.jpg)