କନକବ୍ୟୁରୋ : ପୁଣି ଆସୁଛି ଲଘୁଚାପ । ଆସନ୍ତାକାଲି ଉତ୍ତର ବଙ୍ଗୋପସାଗର ତଥା ସଂଲଗ୍ନ ଉପକୂଳ ବାଂଲାଦେଶ ଓ ପଶ୍ଚିମବଙ୍ଗ ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହାର ପ୍ରଭାବରେ ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଫଳରେ ଆସନ୍ତା ୪ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବ ।
ଆଜି ସୁନ୍ଦରଗଡ଼, କେନ୍ଦୁଝର, ଝାରସୁଗୁଡ଼ା ଓ ବରଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯିବା ସହ ଅନ୍ୟ କିଛି ଜିଲ୍ଲାକୁ ମଧ୍ୟ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ୩୦ ତାରିଖରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବର୍ଷାର ପରିମାଣ ବଢିବ । ୩୦ ଓ ୧ ତାରିଖରେ ବିଭିନ୍ନ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।