ଆଉ ଏକ ଲଘୁଚାପ ସମ୍ଭାବନା! ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହେଲା ଘୂର୍ଣ୍ଣିବଳୟ

ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ।

14lp

କନକ ବ୍ୟୁରୋ: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଭାରତୀୟ ପାଣିପାଗ ବିଜ୍ଞାନ ପକ୍ଷରୁ ସୂଚନା ଦିଆଯାଇଛି । ଆସନ୍ତା ୨୪ ଘଣ୍ଟାରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଲଘୁଚାପରେ ପରିଣତ ହେବା ପରେ ଏହା ପଶ୍ଚିମ ଦିଗକୁ ଗତି କରିବ । ପରବର୍ତ୍ତି ଦୁଇ ଦିନ ପର୍ଯ୍ୟନ୍ତ ଏହା ତାମିଲନାଡୁ ଓ ଶ୍ରୀଲଙ୍କା ଆଡେ ମୁହାଁଇବ ବୋଲି ଆକଳନ କରାଯାଇଛି । ଏହାର ପ୍ରଭାବରେ ୧୨ ତାରିଖ ପର୍ୟ୍ୟନ୍ତ ଦକ୍ଷିଣ ଭାରତରେ ପ୍ରବଳ ବର୍ଷାର ସମ୍ଭବନା ରହିଛି । ଲଘୁଚାପର ପ୍ରଭାବ ଓଡ଼ିଶା ଉପରେ ପଡିବ ନାହିଁ । ବିଶେଷ କରି ତାମିଲନାଡୁ, କେରଳ ଓ ପୁଡୁଚେରୀରେ ପ୍ରବଳ ବର୍ଷା ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe