କନକ ବ୍ୟୁରୋ: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଦ୍ଵିତୀୟ ଲଘୁଚାପ ୨୫ ସେପ୍ଟେମ୍ବର ବେଳକୁ ପୂର୍ବକେନ୍ଦ୍ରୀୟ ଏବଂ ସଂଲଗ୍ନ ଉତ୍ତର ବଙ୍ଗୋପସାଗରରେ ସୃଷ୍ଟି ହେବା ସମ୍ଭାବନା ରହିଛି । ଏହି ଲଘୁଚାପ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି, ୨୬ ସେପ୍ଟେମ୍ବର ବେଳକୁ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରୁ ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଅଵପାତର ରୂପ ନେବ । ଏହା ୨୭ ସେପ୍ଟେମ୍ବରରେ ଦକ୍ଷିଣ ଓଡ଼ିଶା-ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ଅଛି । 

Advertisment

ଲଘୁଚାପ ପ୍ରଭାବରେ ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ - ଓଡ଼ିଶା - ପଶ୍ଚିମବଙ୍ଗ ଉପକୂଳରେ ଓ  ଏହାର ନିକଟବର୍ତ୍ତୀ ଅଞ୍ଚଳରେ ସମୁଦ୍ର ପରିସ୍ଥିତି  ଅଶାନ୍ତ ରହିବ ।   ୫୦ ରୁ ୬୦ କିଲୋମିଟର ବେଗରେ ପବନ ବହିବାର ସମ୍ଭାବନା ରହିଛି । ୨୫ରୁ ୨୭ ସେପ୍ଟେମ୍ବର ମଧ୍ୟରେ ମତ୍ସ୍ୟଜୀବୀମାନଙ୍କୁ ଉତ୍ତର ଏବଂ ସଂଲଗ୍ନ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଆନ୍ଧ୍ର ପ୍ରଦେଶ - ଓଡ଼ିଶା  ପଶ୍ଚିମବଙ୍ଗ ଉପକୂଳରେ ଏବଂ ନିକଟବର୍ତ୍ତୀ ଅଞ୍ଚଳରେ ନଯିବାକୁ ପରାମର୍ଶ ଦିଆଯାଇଛି । ସମୁଦ୍ରରେ ଥିବା ମତ୍ସ୍ୟଜୀବୀଙ୍କୁ ୨୪ ସେପ୍ଟେମ୍ବର ସୁଦ୍ଧା ଉପକୂଳକୁ ଫେରିବାକୁ ସତର୍କ କରାଯାଇଛି ।