୨୯ରେ ଆଉ ଏକ ଲଘୁଚାପ ; ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

ଆସନ୍ତା ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା । ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ।

lowpressure

କନକ ବ୍ୟୁରୋ: ଆସନ୍ତା ୨୯ରେ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଏକ ଲଘୁଚାପ କ୍ଷେତ୍ର। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ତେବେ ଆଗାମୀ ୩ ଘଣ୍ଟା ପାଇଁ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଢେଙ୍କାନାଳ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଭଦ୍ରକ ଓ ବାଲେଶ୍ୱର ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଲଘୁଚାପ ଯୋଗୁଁ ୩୦ତାରିଖରୁ ବର୍ଷାର ପ୍ରଭାବ ଆହୁରି ବୃଦ୍ଧି ପାଇବ ବୋଲି ପାଣିପାଗ କେନ୍ଦ୍ର କହିଛି। ଏଥିପାଇଁ ଆସନ୍ତା ସେପ୍ଟେମ୍ୱର ୩ ତାରିଖ ପର୍ୟ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏଥିପାଇଁ ଆଜି ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ନଯିବା ପାଇଁ ପରାମର୍ଶ ଦିଆଯାଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe