ପୁଣି ଚାଲିବ ଆସ୍କା ଚିନି କଳ ; କାର୍ଯ୍ୟକ୍ଷମ କରିବାକୁ ଅଣ୍ଟା ଭିଡିଲେଣି ସରକାର

ଆସିକା ଚିନି ଶିଳ୍ପର ହେବ ପୁନରୁଦ୍ଧାର। ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ। ଗଠନ କରାଯିବ ଟାସ୍କ ଫୋର୍ସ । ଟିମରେ ରହିବେ କୃଷି, ଅର୍ଥ, ସମବାୟ ବିଭାଗର ବରିଷ୍ଠ ଅଧିକାରୀ। ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ ପରେ ତତ୍ପରତା।

1କଯିମଦ

କନକ ବ୍ୟୁରୋ: ଆସିକା ଚିନି ଶିଳ୍ପର ହେବ ପୁନରୁଦ୍ଧାର। ଆସିକା ଚିନି କଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀ ମାନେ ସଦସ୍ୟ ଭାବେ ରହିବେ। 

ଆସିକା ଚିନି ଶିଳ୍ପର ପୁନରୁଦ୍ଧାର ନିମନ୍ତେ ଲୋକସେବା ଭବନରେ ବସିଥିବା ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ନିର୍ଦ୍ଦେଶ ଦେଇଛନ୍ତି। ବୈଠକରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହି ଚିନି କଳ ଏକ ପୁରାତନ ଚିନି କଳ। ଏହା ଉପରେ ଅନେକ ଚାଷୀ ନିର୍ଭର କରନ୍ତି। ତେଣୁ, ଏହାର ଉନ୍ନତିକରଣ ଓ ପୁନରୁଦ୍ଧାର କରିବା ପାଇଁ ପଦକ୍ଷେପ ନିଆଯିବା ଆବଶ୍ୟକ। ଏହି ଟାସ୍କ ଫୋର୍ସ ମହାରାଷ୍ଟ୍ର ଏବଂ ଅନ୍ୟ ରାଜ୍ୟଗୁଡିକୁ ପରିଦର୍ଶନରେ ଯାଇ ସେଠାକାର ବ୍ୟବସ୍ଥା ସମ୍ପର୍କରେ ଅନୁଧ୍ୟାନ କରି ସେମାନଙ୍କ ସୁଚିନ୍ତିତ ମତାମତ ନେବା ପରେ  ଏହାର ରିପୋର୍ଟ ଆଧାରରେ ଚିନି କଳର ପୁନରୁଦ୍ଧାର କରାଯିବ। 

ଆସିକା ସମବାୟ ଚିନି କଳ ୧୯୫୬ ମସିହାରେ ସ୍ଥାପିତ ହୋଇଥିଲା। ୧୯୬୩ରେ ଏଠାରେ ଚିନି ଉତ୍ପାଦନ ଆରମ୍ଭ ହୋଇଥିଲା। ପରେ ଏହାର କ୍ଷମତା ବୃଦ୍ଧି ହୋଇ ଚିନି ସହ ଅନ୍ୟାନ୍ୟ ପଦାର୍ଥ ମଧ୍ୟ ଉତ୍ପାଦନ କରାଯାଉଛି। ତେବେ ବର୍ତ୍ତମାନ ଏହା ଲାଭଜନକ ସ୍ଥିତିରେ ନାହିଁ। ତେଣୁ ଏହାର ପୁନରୁଦ୍ଧାର ପାଇଁ ପଦକ୍ଷେପ ନେବା ପାଇଁ ନୂଆ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe