କନକ ବ୍ୟୁରୋ: ଆଜି ବିଧାନସଭା ଶୀତକାଳୀନ ଅଧିବେଶନର ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ସ୍ୱାଭାବିକ ଚାଲିଥିବାବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ନେଇ ପ୍ରଶ୍ନ କରିଥିଲେ ବିରୋଧୀ ।
ଏଏସଓ ନିଯୁକ୍ତି ପ୍ରସଙ୍ଗ ନେଇ ବିରୋଧୀ ହୋହାଲ୍ଲା କରିଥିବାବେଳେ ପରେ କିନ୍ତୁ ସ୍ଥିତି ସ୍ୱାଭାବିକ ହୋଇଥିଲା । ପରେ ସୁଭଦ୍ରା ଯୋଜନା ନେଇ ତଥ୍ୟ ରଖିଥିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ବର୍ତ୍ତମାନ ସୁଦ୍ଧା ସୁଭଦ୍ରା ଯୋଜନାରେ ରାଜ୍ୟର ପ୍ରାୟ ୮୦ ଲକ୍ଷରୁ ଅଧିକ ଲୋକ ଟଙ୍କା ପାଇସାରିଥିବାବେଳେ, ୨୭ ହଜାରରୁ ଅଧିକ ଲୋକ ବ୍ୟାଙ୍କ ଓ ଆଧାର ତ୍ରୁଟି କାରଣରୁ ଟଙ୍କା ପାଇପାରି ନାହାଁନ୍ତି । ଏଥିସହ ୨ ଲକ୍ଷ ୨୦ ହଜାରରୁ ଅଧିକ ଲୋକ ସୁଭଦ୍ରା ଯୋଜନା ପାଇଁ ଅଯୋଗ୍ୟ ବିବେଚିତ ହେଇଛନ୍ତି ବୋଲି ଗୃହରେ ଉତ୍ତର ରଖିଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଏସବୁ ପ୍ରଶ୍ନୋତ୍ତର ପରେ ସୋମବାର ୧୦ଟା ୩୦ ଯାଏଁ ଗୃହକୁ ମୁଲତବି ଘୋଷଣା କରିଥିଲେ ବାଚସ୍ପତି ସୁରମା ପାଢୀ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2024/12/07/OTVkwfVimmOULN5UB3Ze.jpg)