କନକବ୍ୟୁରୋ : ଆଜି ସପ୍ତଦଶ ବିଧାନସଭାର ଚତୁର୍ଥ ଅଧିବେଶନର ତୃତୀୟ ଦିନ। ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିବଙ୍ଗତ ନେତା ବୀରମିତ୍ରପୁର ନିର୍ବାଚନମଣ୍ଡଳୀର ପୂର୍ବତନ ବିଧାୟକ ଜର୍ଜ ତିର୍କିଙ୍କ ବିୟୋଗରେ ଶୋକ ପ୍ରସ୍ତାବ ଆଗତ କରିଥିଲେ ।
ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଶେଷରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା ହୋଇଥିଲା ।
ମୁଖ୍ୟମନ୍ତ୍ରୀଙ୍କ ଏହି ଶୋକ ପ୍ରସ୍ତାବକୁ ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟ, କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡ଼ାମ, ସିପିଆଇ (ଏମ୍) ବିଧାୟକ ଲକ୍ଷ୍ମଣ ମୁଣ୍ଡା ସମର୍ଥନ ଜଣାଇ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ । ଶେଷରେ ବାଚସ୍ପତି ସୁରମା ପାଢ଼ୀ ଶ୍ରଦ୍ଧାଞ୍ଜଳି ଜଣାଇବା ପରେ ଦୁଇ ମିନିଟ ନିରବ ପ୍ରାର୍ଥନା ହୋଇଥିଲା । ପରେ ବିରୋଧୀ ବିଜେଡି ସଦସ୍ୟମାନେ ସାର ପ୍ରସଙ୍ଗରେ ନାରାବାଜି ସହ ହୋହଲ୍ଲା କରିଥିଲେ । ଏହାପରେ ବାଚସ୍ପତି ଗୃହ କାର୍ଯ୍ୟକୁ ଅପରାହ୍ଣ ୪ଟା ପର୍ଯ୍ୟନ୍ତ ମୁଲତବୀ ଘୋଷଣା କରିଥିଲେ ।