କନକ ବ୍ୟୁରୋ : ଆସନ୍ତାକାଲିଠାରୁ ଆରମ୍ଭ ହେବାକୁ ଯାଉଛି ବିଧାନସଭା ମୌସୁମୀ ଅଧିବେଶନ । ଏଥିପାଇଁ କମିସନରେଟ ପୁଲିସ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି । ପୁଲିସ ଡିଜି ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ କରିଛନ୍ତି । ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାର୍ଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ । ସେହିପରି ସୁରକ୍ଷା ବ୍ୟବସ୍ଥାକୁ ଅଧିକ କଡ଼ାକଡ଼ି କରିବା ପାଇଁ ବିଭିନ୍ନ ସ୍ଥାନରେ ସିସିଟିଭି ଖଞ୍ଜା ଯାଇଛି । ୫ ଟି ଅସ୍ଥାୟୀ ପୁଲିସ କଣ୍ଟ୍ରୋଲ୍ ରୁମ୍ ମଧ୍ୟ ଖୋଲାଯାଇଛି। କଣ୍ଟ୍ରୋଲ୍ ରୁମ୍ରେ ପ୍ରତିଟି ଦିଗ ଉପରେ ନଜର ରଖାଯାଇ ସ୍ଥିତି ନିୟନ୍ତ୍ରଣ କରାଯିବ । ୧୫୦ ଅଧିକାରୀ ଦାୟିତ୍ଵରେ ରହି ସ୍ଥିତି ଉପରେ ନଜର ରଖିବ । ଅଧିବେଶନ ଆରମ୍ଭ ପୂର୍ବରୁ ଏବେଠାରୁ ବିଧାନସଭା ଓ ଆଖପାଖ ଅଞ୍ଚଳକୁ ପୁଲିସ ଛାଉଣି କରାଯିବା ସହ ବ୍ୟାରିକେଡିଂ କରାଯାଇଛି । ତ୍ରିସ୍ତରୀୟ ସୁରକ୍ଷା ବଳୟ ଭିତରେ ରହିବ ବିଧାନସଭା । ଲୋୟର ପିଏମଜିରେ ୧୪୪ ଧାରା ଜାରି କରାଯିବ । CCTV ସରଭିଲାନ୍ସ ଦ୍ବାରା ବିଧାନସଭା ଓ ତାକୁ ଲାଗିରହିଥିବା ସଂଲଗ୍ନ ସ୍ଥାନଗୁଡ଼ିକୁ ରଖାଯିବ । ଏହା ସହିତ ସମ୍ପୂର୍ଣ୍ଣ ପୁଲିସ ପ୍ରଶାସନର କଡ଼ା ନଜରରେ ରହିବ ବିଧାନସଭା ।
ଆସନ୍ତାକାଲିଠୁ ବିଧାନସଭା ମୌସୁମୀ ଅଧିବେଶନ : ସୁରକ୍ଷା ବ୍ୟବସ୍ଥାର ଯାଞ୍ଚ୍ କଲେ ପୁଲିସ ଡିଜି
ଅଧିବେଶନ ସମୟରେ ୩ ଥାକିଆ ସୁରକ୍ଷା ବ୍ୟବସ୍ଥା ରହିବ । ଏଥିପାଇଁ ୩୦ ପ୍ଲାଟୁନ୍ ପୁଲିସ ଫୋର୍ସ ମୁତୟନ କରାଯିବା ସହ ଷ୍ଟ୍ରାଇକିଂ ଫୋର୍ସ, ଏସ୍ଟିୟୁ, ବୋମା ନିଷ୍କ୍ରିୟକାରୀ ଦଳ, ଡଗ୍ ସ୍କ୍ବାର୍ଡ ଓ ଅଗ୍ନିଶମ ବିଭାଗ ମଧ୍ୟ ଦାୟିତ୍ଵରେ ରହିବେ ।
/kanak/media/media_files/2025/09/17/assembly-2025-09-17-16-21-40.jpg)