ବିଧାନସଭା ଶୀତକାଳୀନ ଅଧିବେଶନ ; ଅଭିଭାଷଣ ରଖିଲେ ନବୀନ ପଟ୍ଟନାୟକ

ବିଧାନସଭାରେ ଅଭିଭାଷଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ରାଷ୍ଟ୍ରପତିଙ୍କୁ କଲେ ସ୍ବାଗତ । କହିଲେ, ଆଜି ଗୌରବର ଦିନ । ଆମ ଗହଣରେ ଉପସ୍ଥିତ ଅଛନ୍ତି ରାଷ୍ଟ୍ରପତି ।

Naveen Pattnaik

Naveen Pattnaik Photograph: (kanak news)

କନକ ବ୍ୟୁରୋ : ବିଧାନସଭାରେ ଅଭିଭାଷଣ ରଖିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ , ରାଷ୍ଟ୍ରପତିଙ୍କୁ କଲେ ସ୍ବାଗତ । କହିଲେ, ଆଜି ଗୌରବର ଦିନ । ଆମ ଗହଣରେ ଉପସ୍ଥିତ ଅଛନ୍ତି ରାଷ୍ଟ୍ରପତି । ଆମେ ସମସ୍ତେ ଗର୍ବିତ ଏ ମାଟିର ଝିଅ ଆଜି ଦେଶର ରାଷ୍ଟ୍ରପତି । ସବୁଠୁ ବଡ଼ କଥା ହେଲା, ରାଷ୍ଟ୍ରପତି ନିଜ ପଲିଟିକାଲ୍‌ କ୍ୟାରିୟର ଓଡ଼ିଶା ବିଧାନସଭାରୁ ଆରମ୍ଭ କରିଥିଲେ , ଆଜି ସେ ଦେଶର ରାଷ୍ଟ୍ରପତି । 

ବିଧାନସଭା ଶୀତକାଳୀନ ଅଧିବେଶନରେ ପ୍ରଥମଥର ପାଇଁ ବିଧାନସଭାରେ ଉଦବୋଧନ ଦେବେ ରାଷ୍ଟ୍ରପତି । ପୂର୍ବରୁ କୌଣସି ରାଷ୍ଟ୍ରପତି ଓଡ଼ିଶା ବିଧାନସଭାରେ ଉଦବୋଧନ ଦେଇନଥିଲେ । ତେଣୁ ରାଷ୍ଟ୍ରପତିଙ୍କ ଅଭିଭାଷଣ ଶୁଣିବା ପାଇଁ ସମସ୍ତ ବିଧାୟକଙ୍କ ବ୍ୟତୀତ ପୂର୍ବତନ ବିଧାୟକ, ସରକାରଙ୍କର ବରିଷ୍ଠ ପଦାଧିକାରୀ ଏବଂ କେତେକ ବିଶିଷ୍ଟ ବ୍ୟକ୍ତିଙ୍କୁ ସ୍ବତନ୍ତ୍ର ନିମନ୍ତ୍ରଣ କରାଯାଇଛି । ରାଷ୍ଟ୍ରପତିଙ୍କ ଗସ୍ତକୁ ନଜରରେ ରଖି ବିଧାନସଭା ଏବଂ ରାଜ୍ୟ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ରାଷ୍ଟ୍ରପତି ୨୦୦୦ରୁ ୨୦୦୪ ପର୍ଯ୍ୟନ୍ତ ଓଡ଼ିଶା ସରକାରରେ ବାଣିଜ୍ୟ, ପରିବହନ, ମତ୍ସ୍ୟ ଓ ପଶୁସମ୍ପଦ ବିକାଶ ମନ୍ତ୍ରୀ ଥିବାବେଳେ ବିଧାନସଭାର ୧୧ ନମ୍ବର ପ୍ରକୋଷ୍ଠରେ ବସୁଥିଲେ । ଏହି ପ୍ରକୋଷ୍ଠରେ ରାଷ୍ଟ୍ରପତି କିଛି ସମୟ ବିତାଇ ପୁରୁଣା ସ୍ମୃତିକୁ ଯେପରି ମନେ ପକାଇବେ ସେଥିପାଇଁ ଏହି ପ୍ରକୋଷ୍ଠକୁ ନୂଆ ରୂପ ଦିଆଯାଇଛି। ବିଧାନସଭାରେ କାର୍ଯ୍ୟକ୍ରମ ଶେଷ ପରେ ରାଷ୍ଟ୍ରପତି ରାଜଭବନ ଫେରି ରାଜ୍ୟପାଳଙ୍କ ସ୍ବତନ୍ତ୍ର ନୈଶ୍ୟ ଭୋଜିରେ ଯୋଗଦେବେ । ୨୮ତାରିଖ ପୂର୍ବାହ୍ଣ ୯ଟା ୧୫ରେ ରାଷ୍ଟ୍ରପତି ଓଡ଼ିଶାରୁ ଲକ୍ଷ୍ନୌ ଅଭିମୁଖେ ଯିବାର କାର୍ଯ୍ୟକ୍ରମ ରହିଛି। ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୨୦୦ ଅଫିସର ଓ ୨୫ପ୍ଲାଟୁନ୍ ଫୋର୍ସ ମୁତୟନ ହୋଇଛନ୍ତି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe