କନକବ୍ୟୁରୋ : ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଆଜି ତାଙ୍କୁ କୋର୍ଟଚାଲାଣ କରାଯିବ । ଚଢ଼ଉ ବେଳେ ସରିତା ବାରିକଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍ । ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଥିଲେ ।
ଆସିଷ୍ଟାଣ୍ଟ ଟାକ୍ସ କମିସନର ସରିତା ବାରିକଙ୍କୁ ଗିରଫ କରିଛି ଭିଜିଲାନ୍ସ । ଚଢ଼ଉ ବେଳେ ତାଙ୍କ ଘରୁ ଭିଜିଲାନ୍ସ ନଗଦ ୧ ଲକ୍ଷ ୪୫ ହଜାର ଟଙ୍କା, ୬୦ ଲକ୍ଷ ଟଙ୍କାର ସ୍ଥାୟୀ ଜମା ଏବଂ ୨୨୨ ଗ୍ରାମ୍ ସୁନା ଜବତ କରିଛି ଭିଜିଲାନ୍ସ ଟିମ୍ । ଆଜି ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି । ଜଣେ ବ୍ୟବସାୟୀଙ୍କ ଠାରୁ ୨୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇପଡ଼ିଥିଲେ ।
ଭିଜିଲାନ୍ସ ସୂତ୍ରରୁ ମିଳିଥିବା ସୂଚନା ଅନୁସାରେ, ଜଣେ ବେକେରି ମାଲିକଙ୍କ ଉପରେ ଲାଗିଥିବା ଜରିମାନା ରଫାଦଫା କରିବା ପାଇଁ ସରିତା ବାରିକ ଲାଞ୍ଚ ମାଗିଥିଲେ। ଏନେଇ ଅଭିଯୋଗକାରୀ ଭିଜିଲାନ୍ସର ଦ୍ବାରସ୍ଥ ହୋଇଥିଲେ । ଏହାପରେ ଶ୍ରୀମତୀ ବାରିକଙ୍କୁ ପାନେ ଦେବା ପାଇଁ ଯୋଜନା ପ୍ରସ୍ତୁତ ହୋଇଥିଲା । ଟଙ୍କା ଲାଞ୍ଚ ନେବା ବେଳେ ପୂର୍ବରୁ ଯୋଜନା କରିଥିବା ଭିଜିଲାନ୍ସ ବିଭାଗର ଅଧିକାରୀମାନେ ଅତର୍କିତ ଚଢ଼ଉ କରିଥିଲେ । ଘଟଣାସ୍ଥଳରୁ ରଂଗବୋଳା ଟଙ୍କା ଜବତ ହୋଇଥିଲା । ରିପୋର୍ଟ ଲେଖାଯିବା ବେଳକୁ ଭିଜିଲାନ୍ସ ବିଭାଗ ଶ୍ରୀମତୀ ବାରିକଙ୍କ ବିଭିନ୍ନ ଠିକଣାରେ ଚଢ଼ଉ ଜାରି ରଖିଛି ।