କନକ ବ୍ୟୁରୋ: ଦିଲ୍ଲୀର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଆତିଶୀ ମର୍ଲେନା । ରାଷ୍ଟ୍ରପତି ଅରବିନ୍ଦ କେଜ୍ରିୱାଲଙ୍କ ଇସ୍ତଫା ପତ୍ର ଗ୍ରହଣ କରିବା ସହ ଆତିଶୀଙ୍କ ନେତୃତ୍ବରେ ନୂଆ ସରକାର ଗଠନ ପାଇଁ ମଞ୍ଜୁରୀ ଦେଇଛନ୍ତି । ଆଜି ଅପରାହ୍ନ ସାଢେ ୪ଟାରେ ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଭାବେ ଆତିଶୀ ଶପଥ ଗ୍ରହଣ କରିବେ । ଉପରାଜ୍ୟପାଳ  ବିନୟ କୁମାର ସକସେନା ତାଙ୍କୁ ପଦ ଓ ଗୋପନୀୟତାର ଶପଥ ପାଠ କରାଇବେ । ଆତିଶୀଙ୍କ ସହ ୫ ଜଣ କ୍ୟାବିନେଟ ମନ୍ତ୍ରୀ ଶପଥ ଗ୍ରହଣ କରିବେ । ଗୋପାଳ ରାୟ, ସୌରଭ ଭରଦ୍ୱାଜ, କୈଳାସ ଗୋହଲତ,  ଇମ୍ରାନ ହୁସେନ ଓ ମୁକେଶ ଅହଲାବତ ମନ୍ତ୍ରୀ ଭାବେ ଶପଥ ନେବେ । ଶପଥ ସମାରୋହରେ ଆପ ସଂଯୋଜକ ଅରବିନ୍ଦ କେଜ୍ରିୱାଲ, ପୂର୍ବତନ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିୟା ସାମିଲ ହେବେ । ଦିଲ୍ଲୀର ସର୍ବ କନିଷ୍ଠ ଓ ତୃତୀୟ ମହିଳା ମୁଖ୍ୟମନ୍ତ୍ରୀ ଭାବେ ଆଜି ଶପଥ ନେବେ ଆତିଶୀ ମର୍ଲେନା ।  

Advertisment