କନକବ୍ୟୁରୋ: ଶ୍ରୀମନ୍ଦିର ବରିଷ୍ଠ ସୁପରଭାଇଜଙ୍କ ଉପରେ ହୋଇଥିବା ଆକ୍ରମଣ ଘଟଣାରେ କାର୍ଯ୍ୟାନୁଷ୍ଠାନ । ପନ୍ତିବଡୁ ସେବକ ଚନ୍ଦନ ସାମନ୍ତରାଙ୍କୁ ମହାପ୍ରଭୁଙ୍କ ସେବାପୂଜାରୁ ନିଲମ୍ବିତ କରାଯାଇଛି ଶ୍ରୀ ଜଗନ୍ନାଥ ମନ୍ଦିର ଆଇନ୍ ୧୯୫୫ର ୨୧- ଧାରା ଅନୁସାରେ ଏହି ନିଲମ୍ବନ ଆଦେଶ ଜାରି କରାଯାଇଛି
ଏଥିସହ ଚନ୍ଦନ ସାମନ୍ତରାଙ୍କ ଶ୍ରୀମନ୍ଦିର ପରିସର କିମ୍ବା ଶ୍ରୀମନ୍ଦିର ରୋଷରେ ପ୍ରବେଶକୁ ନିଷିଦ୍ଧ କରାଯାଇଛି , ସୁପରଭାଇଜରଙ୍କୁ ଆକ୍ରମଣ ଘଟଣାରେ ଚନ୍ଦନ ସାମନ୍ତରାଙ୍କ ସମ୍ପୃକ୍ତି ନେଇ ରିପୋର୍ଟ ଆସିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଏହି କାର୍ଯ୍ୟାନୁଷ୍ଠାନ ନେଇଛନ୍ତି । ପରବର୍ତ୍ତୀ ସମୟରେ ଯାହାର ବି ସମ୍ପୃକ୍ତି ଆସିବ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଶ୍ରୀମନ୍ଦିରରେ କୌଣସି ପ୍ରକାର ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ ବୋଲି କହିଛନ୍ତି ମୁଖ୍ୟ ପ୍ରଶାସକ ।