ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ ; ଜାରି ରହିବ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା

Advertisment

ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ । ବଳବତ୍ତର ରହିବ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ।  ବୟୋବନ୍ଦନା ଯୋଜନାରେ ୭୦ବର୍ଷରୁ ଅଧିକ ପାଇବବେ ଚିକିତ୍ସା ସୁବିଧା।  ଉପକୃତ ହେବେ ମୋଟ ୩.୫୨ କୋଟି ହିତାଧିକାରୀ ।

ଏପ୍ରିଲ ପହିଲାରୁ ରାଜ୍ୟରେ ଆୟୁଷ୍ମାନ ଭାରତ । ବଳବତ୍ତର ରହିବ ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ।  ବୟୋବନ୍ଦନା ଯୋଜନାରେ ୭୦ବର୍ଷରୁ ଅଧିକ ପାଇବବେ ଚିକିତ୍ସା ସୁବିଧା।  ଉପକୃତ ହେବେ ମୋଟ ୩.୫୨ କୋଟି ହିତାଧିକାରୀ ।

ayusman bharat

ayusman bharat Photograph: (kanakNews)

କନକ ବ୍ୟୁରୋ: ଏପ୍ରିଲ ପହିଲାରୁ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ ହେବ । ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ  ଶୁଭାରମ୍ଭ ହେବ ।  ଏଥିରେ ୭୦ ବର୍ଷରୁ ଅଧିକ ବୟସ୍କ ପାଇବେ ଚିକିତ୍ସା ସୁବିଧା । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା । ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ । ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା  । ଆସନ୍ତା ଏପ୍ରିଲ ପହିଲା ଦିନ ସାରା ରାଜ୍ୟରେ ଏହି ଯୋଜନାର ଶୁଭାରମ୍ଭ ହେବ । ଏହା ସହିତ ଆୟୁଷ୍ମାନ ବୟୋବନ୍ଦନା ଯୋଜନାର ମଧ୍ୟ ସେହିଦିନ ଶୁଭାରମ୍ଭ ହେବ । ବୁଧବାର ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି ।  

ଏପ୍ରିଲ ପହିଲାରୁ 'ଆୟୁଷ୍ମାନ ଭାରତ' 
ଏପ୍ରିଲ ପହିଲାରୁ ରାଜ୍ୟରେ ଲାଗୁହେବ ଆୟୁଷ୍ମାନ ଭାରତ
ପ୍ରଧାନମନ୍ତ୍ରୀ-ଗୋପବନ୍ଧୁ ଜନ ଆରୋଗ୍ୟ ସଂଯୁକ୍ତ ଯୋଜନାର ଶୁଭାରମ୍ଭ
ଯୋଜନାରେ ଉପକୃତ ହେବେ ରାଜ୍ୟର ୧ କୋଟି ୦୩ ଲକ୍ଷରୁ ଉର୍ଦ୍ଧ୍ୱ ପରିବାର
ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନାରେ ୬୭ ଲକ୍ଷ ୮୦ ହଜାର ପରିବାର ହେବେ ଉପକୃତ
ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନାରେ ୩୫ ଲକ୍ଷ ୮୪ ହଜାରରୁ ପରିବାର ହେବେ 
ବ୍ୟକ୍ତିଗତ ଭାବେ ୩.୪୬ କୋଟିରୁ ଉର୍ଦ୍ଧ୍ୱ ଲୋକ ପାଇବେ ଲାଭ 
ଦୁଇଟି ଯୋଜନା ଓଡ଼ିଶାରେ ସଂଯୁକ୍ତ ଭାବରେ କାର୍ୟ୍ୟକାରୀ କରାଯିବ 
ଦୁଇଟି ଯୋଜନା ପାଇଁ ପ୍ରତ୍ୟେକ ହିତାଧିକାରୀଙ୍କୁ ଗୋଟିଏ କାର୍ଡ ଯୋଗାଇ ଦିଆଯିବ
ବୟୋବନ୍ଦନା ଯୋଜନାରେ ହିତାଧିକାରୀଙ୍କୁ ଅଲଗା ଏକ ସ୍ୱତନ୍ତ୍ର କାର୍ଡ ଦିଆଯିବ 
୭୦ ବର୍ଷରୁ ଉର୍ଦ୍ଧ୍ବ ବୟସ୍କଙ୍କୁ ଆୟୁଷ୍ମାନ ବୟୋବନ୍ଦନା ଯୋଜନାରେ ସାମିଲ କରାଯିବ
ପ୍ରତ୍ୟେକ ପୁରୁଷ ହିତାଧିକାରୀଙ୍କୁ ୫ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ସୁବିଧା ମିଳିବ
ମହିଳା ହିତାଧିକାରୀଙ୍କୁ ୧୦ ଲକ୍ଷ ଟଙ୍କା ପର୍ୟ୍ୟନ୍ତ ଚିକିତ୍ସା ପ୍ରଦାନ କରାଯିବ
୭୦ ବର୍ଷରୁ ଅଧିକ ବୟସର ହିତାଧିକାରୀ ଥିଲେ, ୧୫ ଲକ୍ଷ ଟଙ୍କାର ଚିକିତ୍ସା ଖର୍ଚ୍ଚ ମିଳିବ
୨୯ ହଜାରରୁ ଅଧିକ ସରକାରୀ ଓ ପଞ୍ଜୀକୃତ ବେସରକାରୀ ଡାକ୍ତରଖାନାରେ ଚିକିତ୍ସା ସୁବିଧା

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe