ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ । ଚଳିତ ବର୍ଷ ସୁଦ୍ଧା ଯୋଗାଇ ଦିଆଯିବ ନୂଆ କାର୍ଡ ।

Advertisment

କାଲି ଆସିବ ଆୟୁଷ୍ମାନ ଯୋଜନାର ଦ୍ବିତୀୟ ଭାଗ । ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନାର ଦ୍ବିତୀୟ ଭାଗ ଲଞ୍ଚ କରିବେ

କାଲି ଆସିବ ଆୟୁଷ୍ମାନ ଯୋଜନାର ଦ୍ବିତୀୟ ଭାଗ । ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନାର ଦ୍ବିତୀୟ ଭାଗ ଲଞ୍ଚ କରିବେ

ayusman card

କନକ ବ୍ୟୁରୋ: କାଲି ଆସିବ ଆୟୁଷ୍ମାନ ଯୋଜନାର ଦ୍ବିତୀୟ ଭାଗ । ଆସନ୍ତାକାଲି ଜାତୀୟ ସ୍ତରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଯୋଜନାର ଦ୍ବିତୀୟ ଭାଗ ଲଞ୍ଚ କରିବେ। ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗଙ୍କ ସୂଚନା ଓଡ଼ିଶାରେ ପୂର୍ବରୁ ଆୟୁଷ୍ମାନ ଯୋଜନା ଲାଗୁ ହୋଇନଥିଲା । ପ୍ରଥମ ଥର ପାଇଁ ଲଞ୍ଚ ହେବ। ତେଣୁ ଯୋଜନାର ମୋଡାଲିଟି ବି ପ୍ରସ୍ତୁତ ହୋଇନାହିଁ। ଖୁବଶୀଘ୍ର ମୋଡାଲିଟି ପ୍ରସ୍ତୁତ କରି ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଏହାକୁ ଲାଗୁ କରାଯିବ ବୋଲି ସ୍ବାସ୍ଥ୍ୟମନ୍ତ୍ରୀ କହିଛନ୍ତି। ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଆୟୁଷ୍ମାନ ଯୋଜନା ପାର୍ଟ ୧ ଓ ୨ ଓଡିଶାରେ ଲାଗୁ କରିବା ପାଇଁ ରାଜ୍ୟ ସରକାର ପ୍ରସ୍ତୁତି ଚଳାଇଛନ୍ତି। ଉଭୟ ଆୟୁଷ୍ମାନ ଯୋଜନା ଓ ଗୋପବନ୍ଧୁ ଆରୋଗ୍ୟ ଯୋଜନାର ଗୋଟିଏ କାର୍ଡ ହେବ। ରାଜ୍ୟରେ ଏକ କୋଟି ପରିବାର ପାଇଁ ଏହି ନୂଆ କାର୍ଡର ବ୍ୟବସ୍ଥା କରାଯିବ। ନୂଆ କାର୍ଡ ଚଳିତ ଆର୍ଥିକ ବର୍ଷ ଶେଷ ସୁଦ୍ଧା ଯୋଗାଇ ଦିଆଯିବ। ପୁରୁଣା କାର୍ଡରେ ପୂର୍ବରୁ ୯୫୦ ହସ୍ପିଟାଲରେ ଚିକିତ୍ସା ସୁବିଧା ମିଳୁଥିଲା ବର୍ତ୍ତମାନ ନୂଆ କାର୍ଡ ଲଞ୍ଚ ହେବା ପରେ ୨୭ ହଜାର ହସ୍ପିଟାଲରେ ଲୋକଙ୍କୁ ଚିକିତ୍ସା ସୁବିଧା ମିଳିବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe