କନକ ବ୍ୟୁରୋ : ଏପ୍ରିଲ ୧୧ରୁ ଓଡ଼ିଶାରେ ଲାଗୁ ହେବ ଆୟୁଷ୍ମାନ ଭାରତ । ସେଥିପାଇଁ ଓଡ଼ିଶା ଆସୁଛନ୍ତି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା । ୧୦ ତାରିଖ ରାତିରେ ଭୁବନେଶ୍ୱର ପହଞ୍ଚିବେ ନଡ୍ଡା । ୧୧ରେ ଆୟୁଷ୍ମାନ ଭାରତର ଶୁଭାରମ୍ଭ କରିବେ ।
ପୂର୍ବରୁ ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆୟୁଷ୍ମାନ ଭାରତ ଏପ୍ରିଲ ମାସରୁ ଶୁଭାରମ୍ଭ ହେବ ବୋଲି ଘୋଷଣା କରିସାରିଥିଲେ । ଏଥିରେ ୭୦ ବର୍ଷରୁ ଅଧିକ ବୟସ୍କ ପାଇବେ ଚିକିତ୍ସା ସୁବିଧା । ୭୦ ବର୍ଷରୁ ଅଧିକ ବୟସ୍କ ଲୋକ ଥିଲେ ପରିବାର ପିଛା ସର୍ବାଧିକ ଚିକିତ୍ସା ସୁବିଧା ୧୫ ଲକ୍ଷ ଟଙ୍କା । ସମୁଦାୟ ୩.୫୨ କୋଟି ଲୋକ ହେବେ ଉପକୃତ । ରାଜ୍ୟରେ କାର୍ଯ୍ୟକାରୀ ହେବ ଆୟୁଷ୍ମାନ ଭାରତ-ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଏବଂ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/05/2025-04-05t104857750z-whatsapp-image-2025-04-05-at-161819.jpeg)
/kanak/media/media_files/2025/04/04/L5KfuPKoWQEILjaDixje.jpg)