ଦୀର୍ଘ ବର୍ଷର ଅପେକ୍ଷାର ଅନ୍ତ ଘଟିଲା; ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଯୋଜନା

Advertisment

ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ।

ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ୟ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା ।

Ayushman Bharat Card

Photograph: (KANAK NEWS)

କନକ ବ୍ୟୁରୋ : ପୂରଣ ହେଲା ବିଜେପିର ଡ୍ରିମ୍ ପ୍ରୋଜେକ୍ଟ । ଆଜିଠାରୁ ଓଡ଼ିଶାରେ ଲାଗୁ ହେଲା ଆୟୁଷ୍ମାନ ଭାରତ ଓ ପ୍ରଧାନମନ୍ତ୍ରୀ ଜନଆରୋଗ୍ୟ ଯୋଜନା । କଟକ ବାଲିଯାତ୍ରା ପଡ଼ିଆରେ ଅନୁଷ୍ଠିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ଏହାର ଶୁଭାରମ୍ଭ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଜେପି ନଡ୍ଡା । ମଞ୍ଚରେ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେ ପି ନଡ୍ଡା, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂ ଦେଓ, ପ୍ରଭାତୀ ପରିଡା, ସ୍ୱାସ୍ଥ୍ୟ ମନ୍ତ୍ରୀ ମୁକେଶ ମହାଲିଙ୍ଗ, କଟକ ସାଂସଦ ଭର୍ତ୍ତୃହରି ମହତାବ, କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା, ଜଗତସିଂହପୁର ସାଂସଦ ବିଭୁ ତରାଇ ଏବଂ ସ୍ଥାନୀୟ ବିଧାୟକମାନେ ଉପସ୍ଥିତ ରହିଛନ୍ତି ।

କଟକ ବାଦ୍ ୧୨ଟି ଜିଲ୍ଲାରେ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ବିଭିନ୍ନ ମନ୍ତ୍ରୀ । ଆୟୁଷ୍ମାନ ଭାରତରେ ପରିବାରର ପ୍ରତି ସଦସ୍ୟଙ୍କୁ ଗୋଟିଏ ଲେଖାଏଁ କାର୍ଡ ମିଳିବ । ଦେଶର ୨୯୦୦୦ ହସ୍ପିଟାଲରେ ରୋଗୀ ଚିକିତ୍ସା ସୁବିଧା ପାଇବେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe