ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍ । ସତ୍ୟନଗର ଶ୍ମଶାନରେ ଶେଷକୃତ୍ୟ ସମ୍ପନ୍ନ ।

Advertisment

ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ । ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ।

ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ । ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ।

ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍‌  ।

ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍‌ । Photograph: (kanakNews)

କନକ ବ୍ୟୁରୋ :   ବାପାଙ୍କୁ ମୁଖାଗ୍ନୀ ଦେଲେ ବାବୁସାନ୍ । ଭୁବନେଶ୍ବରର  ସତ୍ୟନଗର ଶ୍ମଶାନରେ ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ଉତ୍ତମଙ୍କୁ ମୁଖାଗ୍ନୀ ଦେଇଛନ୍ତି ପୁଅ ବାବୁସାନ୍ ।  ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ  ସତ୍ୟନଗର  ଶ୍ମଶାନରେ ଉତ୍ତମ ମାହାନ୍ତିଙ୍କୁ ରାଷ୍ଟ୍ରୀୟ ମର୍ଯ୍ୟାଦା  ପ୍ରଦାନ କରାଯାଇଛି।  ଶ୍ମଶାନ ବାହାରେ ସମର୍ଥକଙ୍କ ପ୍ରବଳ ଗହଳି ଲାଗିଛି।  ଅଫେରା ରାଇଜରେ ଉତ୍ତମ ମହାନ୍ତିଙ୍କୁ ଝୁରୁଛନ୍ତି ପରିବାର ଏବଂ ପ୍ରଶଂସକ । 

 ମାତ୍ର ୬୭ ବୟସରେ ଚିରନିଦ୍ରାରେ ଶୋଇ ଯାଇଛନ୍ତି ଏହି ଏଭରଗ୍ରୀନ ଷ୍ଟାର । ଦିଲ୍ଲୀ ଗୁରୁଗାଓଁର ମେଦାନ୍ତ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି। ତାଙ୍କ ପରଲୋକରେ ସାରା ଓଡ଼ିଶାରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି  ।  ଗତ ୬ ତାରିଖରେ ସ୍ବାସ୍ଥ୍ୟାବସ୍ଥା ଅଧିକ ବିଗିଡ଼ିବାରୁ ତାଙ୍କୁ ଭୁବନେଶ୍ବରର କିମ୍‌ସ୍‌ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

 ଉନ୍ନତ ଚିକିତ୍ସା ପାଇଁ ୮ ତାରିଖରେ ତାଙ୍କୁ ଏୟାର ଆମ୍ବୁଲାନ୍ସରେ ଦିଲ୍ଲୀ ସ୍ଥାନାନ୍ତର କରାଯାଇଥିଲା। ସେଠାରେ ତାଙ୍କର ଲିଭର ସିରୋସିସ୍‌ ସହ ନିମୋନିଆର ଚିକିତ୍ସା ଚାଲିଥିଲା । ସାରା ରାଜ୍ୟରେ ଶହଶହ ପ୍ରଶଂସକ ତାଙ୍କର ଆରୋଗ୍ୟ କାମନା କରିଥିଲେ  ।  ତେବେ ୨୦ ଦିନ କାଳ ହସ୍ପିଟାଲରେ ମୃତ୍ୟୁ ସହ ସଂଗ୍ରାମ କରି ଶେଷରେ ଚିରବିଦାୟ ନେଇଛନ୍ତି ଉତ୍ତମ। ତାଙ୍କର ପରଲୋକରେ ଓଲିଉଡ୍‌ରେ ଏକ ଯୁଗର ଅବସାନ ଘଟିଲା ।  ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ତାଙ୍କର ଶେଷକୃତ୍ୟ ସମ୍ପନ୍ନ ହେବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।ଏଥିସହ ଉତ୍ତମଙ୍କ ଶେଷ ଦର୍ଶନ ପାଇଁ ପହଂଚିଛନ୍ତି  ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଦେହାନ୍ତ ଖବର ଆସିବା ପରେ ସମବେଦନା ଜଣାଇଥିଲେ ଓ  ଟ୍ବିଟ୍‌ ମଧ୍ୟ କରିଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe