ପଛକୁ ପଛ ଲଘୁଚାପ : ଆସୁଛି ବଡ଼ ବର୍ଷା, ୨୬ରୁ ବଦଳିବ ପାଗ

୨୬ରୁ ବଦଳିବ ପାଗ । ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୨୭ ଓ ୨୮ରେ ସବୁଠାରୁ ବେଶି ବର୍ଷା ଆଶଙ୍କା କରାଯାଉଛି ।

Rain

Rain Photograph: (KanakNews)

କନକ ବ୍ୟୁରୋ : ପଛକୁ ପଛ ଲଘୁଚାପ । ଆସୁଛି ବଡ଼ ବର୍ଷା । ୨୬ରୁ ବଦଳିବ ପାଗ । ୨୯ ଯାଏଁ ଓଡ଼ିଶାରେ ପ୍ରବଳ ବର୍ଷା ହୋଇପାରେ । ବିଶେଷ କରି ୨୭ ଓ ୨୮ରେ ସବୁଠାରୁ ବେଶି ବର୍ଷା ଆଶଙ୍କା କରାଯାଉଛି । ମହାନଦୀ ଅବବାହିକାରେ ବି ଅଧିକ ବର୍ଷା ହୋଇପାରେ । ଆସନ୍ତା ୨୩ରେ ଉତ୍ତର ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ଅଛି । ୨୬ ତାରିଖ ବେଳକୁ ଉତ୍ତର ପୂର୍ବ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ଦାନା ବାନ୍ଧିବ । ଏହା ଘନୀଭୂତ ହୋଇ ୨୭ ତାରିଖ ବେଳକୁ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ରୂପ ନେବ ଏବଂ ଓଡ଼ିଶା ଉପକୂଳ ଦେଇ ସ୍ଥଳଭାଗରେ ପ୍ରବେଶ କରିବ ବୋଲି ପୂର୍ବାନୁମାନ କରିଛନ୍ତି ପାଣିପାଗ ବିଶେଷଜ୍ଞ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe