କନକ ବ୍ୟୁରୋ: ନାବାଳିକା ୬୦% ପୋଡି ଯାଇଛନ୍ତି । ଝିଅ ୬୦% ପୋଡି ଯାଇଥିବା ଡାକ୍ତର କହିଲେ । ଏମ୍ସରେ ଚିକିତ୍ସିତ ହେଉଛନ୍ତି ବଳଙ୍ଗା ପୋଡି ଛାତ୍ରୀ । କିଏ ଏମିତି କଲା ଓ କାହିଁକି କଲା ତଦନ୍ତ କରୁଛି ପୁଲିସ । ସୂଚନାମୁତାବକ, ସକାଳୁ ସାଙ୍ଗ ଘରକୁ ଯାଉଥିଲା ବାଟରେ ନାବାଳିକାକୁ ଉଠାଇନେଲେ ୩ ଦୁର୍ବୃତ୍ତ । ମୁହଁରେ କପଡ଼ା ବାନ୍ଧି ଭାର୍ଗବୀ ନଦୀ ପଠାକୁ ନେଇଗଲେ । ପେଟ୍ରୋଲ ଢ଼ାଳି ନିଆଁ ଲଗାଇ ଜାଳିଦେଲେ । ଅଘଟଣ ବେଳେ ପହଞ୍ଚିଥିଲେ କିଛି ସ୍ଥାନୀୟ ଲୋକ । ଲୋକଙ୍କୁ ଦେଖି ଚମ୍ପଟ ମାରିଥିଲେ ଦୁର୍ବୃତ୍ତ । ନିଆଁ ଲିଭାଇବା ସହ ନାବାଳିକାକୁ କରିଥିଲେ ଉଦ୍ଧାର । ମତେ ବଞ୍ଚାନ୍ତୁ ବୋଲି ଗୁହାରି କରିଥିଲେ ନାବାଳିକା । ନାବାଳିକାର ପୋଷାକ, ଚପଲ ପୋଡ଼ି ଯାଇଥିଲା । ତୁରନ୍ତ ନାବାଳିକା ଘରେ ଖବର ଦିଆଯାଇଥିଲା । ପିପିଲି ମେଡିକାଲରେ ଦିଆଯାଇଥିଲା ପ୍ରାଥମିକ ଚିକିତ୍ସା । ପରେ ପୀଡ଼ିତାଙ୍କୁ ଏମ୍ସ ସ୍ଥାନାନ୍ତର କରାଯାଇଛି ।
ବଳଙ୍ଗା ଛାତ୍ରୀ ପୋଡି ଘଟଣା : ଡାକ୍ତର କହିଲେ, ନାବାଳିକା ୬୦% ପୋଡି ଯାଇଛନ୍ତି
ଏମ୍ସରେ ଚିକିତ୍ସିତ ହେଉଛନ୍ତି ଛାତ୍ରୀ । ଝିଅ ୬୦% ପୋଡି ଯାଇଥିବା ଡାକ୍ତର କହିଲେ ।
/kanak/media/media_files/2025/07/19/student-2025-07-19-12-12-46.jpg)
Advertisment
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)