୪୮ ଘଣ୍ଟା ଗୁରୁତ୍ବପୂର୍ଣ୍ଣ … ବଳଙ୍ଗା ଯୁବତୀଙ୍କ ଅବସ୍ଥା ସଙ୍କଟାପନ୍ନ କହିଲେ ଡାକ୍ତର , ଡାକ୍ତରୀ ଟିମ୍ ସହ ଆଲୋଚନା କଲେ ପୀଡ଼ିତାଙ୍କ ବାପା

ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ । ୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି ।

48 hr

48 hr Photograph: (kanakNews)

କନକ ବ୍ୟୁରୋ : ଏମ୍‌ସ ଡାକ୍ତରୀ ଟିମ୍ ସହିତ ଆଲୋଚନା କଲେ ପୀଡ଼ିତାଙ୍କ ବାପା । ପରବର୍ତ୍ତୀ ମେଡିକାଲ ବୁଲେଟିନ ଆସିବା ଆଗରୁ ନିଜ ଝିଅର ସ୍ୱାସ୍ଥ୍ୟବସ୍ଥା ସମ୍ପର୍କରେ ଆଲୋଚନା କରିବା ପାଇଁ ଯାଇଛନ୍ତି ବାପା । ଏମ୍‌ସରେ ଚିକିତ୍ସିତ ହେଉଥିବା ବଳଙ୍ଗା ନାବାଳିକାଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ୪୮ ଘଣ୍ଟା ପୀଡ଼ିତାଙ୍କ ପାଇଁ ବେଶ୍ ଗୁରୁତ୍ବପୂର୍ଣ୍ଣ । ୧୪ ଜଣିଆ ଟିମ୍ ପୀଡ଼ିତାଙ୍କ ଚିକିତ୍ସା କରୁଛନ୍ତି । ଦିଲ୍ଲୀ ଏମ୍‌ସ ସହ ଯୋଗାଯୋଗରେ ଅଛନ୍ତି ଡାକ୍ତରୀ ଟିମ୍ । ଅକ୍ସିଜେନ ସର୍ପୋଟରେ ରଖାଯାଇଥିଲେ ମଧ୍ୟ ପୀଡ଼ିତା କଥାବାର୍ତ୍ତା କରୁଛନ୍ତି । ଏହାସହ ମାନସିକ ଓ ଶାରୀରିକ ସ୍ତରରେ ଆଘାତ ଲାଗିଛି । ତାଙ୍କୁ ଏୟାରଲିଫ୍ଟ କରିବା ସମ୍ଭବପର ନୁହେଁ ବୋଲି ଏମ୍‌ସ ନିର୍ଦ୍ଦେଶକ କହିଛନ୍ତି । ସେପଟେ ପୀଡ଼ିତାଙ୍କ ବୟାନ ରେକର୍ଡ କରାଯାଇଛି । ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ୧୮୦ ବିଏନଏସରେ ବୟାନ ରେକର୍ଡ କରାଯାଇଛି ।  

ବଳଙ୍ଗା ପୀଡ଼ିତାଙ୍କ ଦେହରେ ପେଟ୍ରୋଲ ଢାଳି ନିଆଁ ଲଗାଇଦେବା ଘଟଣାରେ ଆରମ୍ଭ ହୋଇଛି ତଦନ୍ତ। ଷଡ୍ଯନ୍ତ୍ର ଦିଗକୁ ତଦନ୍ତରେ ପ୍ରାଥମିକତା ଦିଆଯାଇଛି । କେଉଁଠୁ କିରୋସିନ ଆସିଲା ଅନୁଧ୍ୟାନ କରାଯାଉଛି, ସାଇବର ଏକ୍ସପର୍ଟମାନଙ୍କର ମଧ୍ୟ ସହଯୋଗ ନିଆଯାଇଛି । ଏପର୍ଯ୍ୟନ୍ତ କୌଣସି ସିସିଟିଭି ଫୁଟେଜ ମିଳିନାହିଁ କି କେହି ଅଟକ ନାହାନ୍ତି । କେବଳ ପୀଡ଼ିତାଙ୍କ ସମ୍ପର୍କୀୟ ଓ ସାଙ୍ଗଙ୍କ ବୟାନ ରେକର୍ଡ କରାଯାଉଛି । ପୀଡ଼ିତାଙ୍କ ମା’ଙ୍କ ପକ୍ଷରୁ ଥାନାରେ ଏଫଆଇଆର ଦିଆଯାଇଥିବା ବେଳେ ଏମ୍‌ସ ଭୁବନେଶ୍ବରରେ ମାଜିଷ୍ଟ୍ରେଟଙ୍କ ଉପସ୍ଥିତିରେ ପୀଡ଼ିତା ମଧ୍ୟ ବୟାନ ଦେଇଛନ୍ତି । ସମସ୍ତ ଦିଗ ଉପରେ ତଦନ୍ତ ଚାଲିଥିବା ସୂଚନା ଦେଇଛନ୍ତି ପୁରୀ ଏସପି ପିନାକ ମିଶ୍ର । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe