ବାଲେଶ୍ୱର ଛାତ୍ରୀ ପୋଡ଼ି ଘଟଣା ; ପୀଡ଼ିତାଙ୍କୁ ଭେଟିବାକୁ ଯିବେ ମୁଖ୍ୟମନ୍ତ୍ରୀ

ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା , ପୀଡ଼ିତାଙ୍କୁ ଭେଟିବାକୁ ଏମ୍ସ ଯିବେ ମୁଖ୍ୟମନ୍ତ୍ରୀ । ଏ ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ।

39

Photograph: (kanaknews)

କନକ ବ୍ୟୁରୋ :  ବାଲେଶ୍ୱର ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ ଘଟଣା , ପୀଡ଼ିତାଙ୍କୁ ଭେଟିବାକୁ ଏମ୍ସ ଯିବେ ମୁଖ୍ୟମନ୍ତ୍ରୀ । ଏ ନେଇ ସୂଚନା ଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । କହିଲେ , କିପରି ଭଲ ଚିକିତ୍ସା ଦିଆଯିବ ସେ ନେଇ ସରକାରଙ୍କ ତରଫରୁ ସବୁ ବ୍ୟବସ୍ଥା କରାଯାଇଛି । ଝିଅକୁ ବଞ୍ଚାଇବା ପାଇଁ ଚେଷ୍ଟା ଚାଲିଛି , ଦିଲ୍ଲା ଏମ୍ସର ମଧ୍ୟ ପରାମର୍ଶ ନିଆଯାଉଛି ।  

ଏମ୍ସ ବର୍ଣ୍ଣ ୱାର୍ଡରେ ଜୀବନ ସହ ସଂଘର୍ଷ କରୁଛନ୍ତି ପୀଡ଼ିତା । ତାଙ୍କ ଶରୀରର ୯୫ ପ୍ରତିଶତ ପୋଡ଼ିଯାଇଛି । ଛାତ୍ରୀ ଜଣକ ଅତି ସଙ୍କଟାପନ୍ନ ଅବସ୍ଥାରେ ଥିବା ଏମ୍ସ ନିର୍ଦ୍ଦେଶକ ଡାକ୍ତର ଆଶୁତୋଷ ବିଶ୍ବାସ ସୂଚନା ଦେଇଛନ୍ତି । ପୀଡ଼ିତା ଜୀବନ ମରଣ ସହ ସଂଘର୍ଷ କରୁଛନ୍ତି । ୧୨ ଜଣିଆ ଡାକ୍ତରୀ ଦଳ ଚିକିତ୍ସାରେ ନିୟୋଜିତ ରହିଛନ୍ତି । ଏହି ଘଟଣାରେ ଉଚ୍ଚଶିକ୍ଷା ବିଭାଗ ତ୍ବରିତ୍‌ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି କଲେଜର ଅଧ୍ୟକ୍ଷ ଦିଲ୍ଲୀପ କୁମାର ଘୋଷ ଓ ଅଭିଯୁକ୍ତ ସହକାରୀ ପ୍ରଫେସର ସମୀର କୁମାର ସାହୁଙ୍କୁ ନିଲମ୍ବିତ କରିଛନ୍ତି । ଏଥି ସହିତ ସହକାରୀ ପ୍ରଫେସର ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ ମଧ୍ୟ କରାଯାଇଛି । 

କାହିଁକି ଓ କେଉଁ ପରିସ୍ଥିତିରେ ଛାତ୍ରୀ ଜଣକ ଆତ୍ମହତ୍ୟା ଉଦ୍ୟମ କଲେ, ତାର ତଦନ୍ତ ହେବ । ଏଥିପାଇଁ ୩ ଜଣିଆ କମିଟି ଗଠନ ହୋଇଛି । ଆଜି ଫକୀରମୋହନ ମହାବିଦ୍ୟାଳୟ ଯିବେ ୩ ଜଣିଆ ତଦନ୍ତ କମିଟି । ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ପାଇଁ ଉଚ୍ଚଶିକ୍ଷା ନିର୍ଦ୍ଦେଶକଙ୍କ ଅଧ୍ୟକ୍ଷତାରେ ଜଣେ ଯୁଗ୍ମ ସଚିବ ରାଙ୍କର ମହିଳା ଅଧିକାରୀ, ଜଣେ ବରିଷ୍ଠ କଲେଜ ଅଧ୍ୟକ୍ଷାଙ୍କୁ ନେଇ ଏକ କମିଟି ଗଠନ କରାଯାଇଛି । କମିଟିର ରିପୋର୍ଟ ଆଧାରରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe