କନକ ବ୍ୟୁରୋ: ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫ । ଆଗରୁ କେବଳ ଐତିହାସିକ ବାଲିଯାତ୍ରା ଲେଖାଯାଉଥିଲା । ନଭେମ୍ୱର ୫ରୁ ୧୨ ପର୍ଯ୍ୟନ୍ତ ହେବ ଚଳିତ ବର୍ଷର ବାଲିଯାତ୍ରା । ଉପର ବାଲିଯାତ୍ରା ପଡ଼ିଆରେ ହେବନି ବାଲିଯାତ୍ରା । ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି । କେବଳ ତଳ ପଡ଼ିଆରେ ହେବ ଚଳିତ ବର୍ଷର ବାଲିଯାତ୍ରା । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ । ଟ୍ରାଫିକ, ପାର୍କିଂ ସମ୍ୱନ୍ଧୀୟ ସମସ୍ତ ତଥ୍ୟ ରହିବ ଏଥିରେ । ଜିଲ୍ଲା ସାସ୍କୃତିକ ପରିଷଦ ପକ୍ଷରୁ ସାଂସ୍କୃତିକ ଦଳ ଚୟନ କରାଯିବ ।
ବଦଳିଲା ବାଲିଯାତ୍ରା ନାଁ: ଏଥର ବାଲିଯାତ୍ରା ନାଁ ହେବ ଐତିହାସିକ ବାଲିଯାତ୍ରା କଟକ ୨୦୨୫
ଟ୍ରାଫିକ କଞ୍ଜକ୍ସନ ପାଇଁ ଉପର ବାଲିଯାତ୍ରା ପଡ଼ିଆରେ ହେବନି । କେବଳ ତଳ ପଡ଼ିଆରେ ହେବ ଚଳିତ ବର୍ଷର ବାଲିଯାତ୍ରା । ୩୪ ଏକର ପରିବର୍ତ୍ତେ ୬୦ ଏକର ଜାଗାରେ ହେବ ବାଲିଯାତ୍ରା । ବାଲି ଯାତ୍ରା ପୋର୍ଟାଲରେ ରହିବ ସବୁ ତଥ୍ୟ ।
/kanak/media/media_files/2025/09/12/37-2025-09-12-11-55-03.jpg)