କନକ ବ୍ୟୁରୋ: ଗତ ଶନିବାର (ନଭେମ୍ବର ୧୬) ଦିନ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧାରୁ ବନ୍ଦ କରିଥିଲା କମିଶନରେଟ ପୋଲିସ । ଜଣାଶୁଣା କଣ୍ଠଶିଳ୍ପୀ ଅସୀମା ପଣ୍ଡାଙ୍କ ପର୍ଫମାନ୍ସ ଚାଲିଥିବା ବେଳେ ଏହାକୁ ଅଧାରୁ ବନ୍ଦ କରାଇ ଦିଆଯାଇଥିଲା । ଏହାକୁ ନେଇ ବାଲିଯାତ୍ରାରେ ଦର୍ଶକଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଥିଲା । ଏହାପରେ ବାଲିଯାତ୍ରାରେ ସାଂସ୍କୃତିକ କାର୍ଯ୍ୟକ୍ରମ ସମୟ ବଢ଼ା ଯାଇଛି ।
ଏଣିକି ୧୦ଟା ପରିବର୍ତ୍ତେ ସାଢ଼େ ୧୦ଟା ପର୍ୟ୍ୟନ୍ତ ଚାଲିବ ସାଂସ୍କୃତିକ କାର୍ଯ୍ୟକ୍ରମ । ଏହାକୁ ନେଇ ଖୋଦ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଜିଲ୍ଲା ପ୍ରଶାସନ ସହ ଆଲଚନା କରିଛନ୍ତି । ଏହି କ୍ରମରେ ସାଂସ୍କୃତିକ କାର୍ଯ୍ୟକ୍ରମ ବେଳେ ବାଧା ସୃଷ୍ଟି ନକରିବାକୁ ସେ ପରାମର୍ଶ ଦେଇଛନ୍ତି । ଗତ ଶନିବାର ବୈଷ୍ଣବ ପାଣି ମଞ୍ଚରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଅଧାରୁ ବନ୍ଦ କରିଥିଲା ପୋଲିସ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/04/28/2025-04-28t103046215z-348267369_658890662730311_6089886170448266075_n.jpg)
/kanak/media/media_files/2024/11/17/3gG48sSIy49kY2ICu2Ve.jpg)