Subhadra tanka Photograph: (KanakNews)
କନକ ବ୍ୟୁରୋ: ସୁଭଦ୍ରା ଯୋଜନାରେ ହିତାଧିକାରୀଙ୍କୁ ମିଳିଲା ଟଙ୍କା । ସୁଭଦ୍ରା ଯୋଜନାରେ ନୂଆରେ ସାମିଲ ହୋଇଥିବା ହିତାଧିକାରୀଙ୍କୁ ଆଜି ମିଳିଛି ପ୍ରଥମ କିସ୍ତି । ୪ ଲକ୍ଷ ୫୭ ହଜାର ୬୮୧ ମହିଳାଙ୍କୁ ସୁଭଦ୍ରା ଟଙ୍କା ଆକାଉଣ୍ଟ ଗଲା । ୧ ଲକ୍ଷ ୭୮ ହଜାର ୩୯୮ ଜଣଙ୍କୁ ସାମିଲ କରାଯାଇଥିବାରୁ ସେମାନେ ମଧ୍ୟ ପାଇବେ ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ପ୍ରଥମ ଓ ଦ୍ୱତୀୟ କିସ୍ତିରୁ ବାଦ ପଡ଼ିଥିବା ୨ ଲକ୍ଷ ୫୫ ହଜାର ୨୬୫ ଜଣଙ୍କୁ ବି ସାମିଲ କରାଯାଇଛି । ସେମାନେ ବି ଏକା ବେଳକେ ପାଇଛନ୍ତି ଦୁଇଟି କିସ୍ତି। ସେହିପରି ଅଭିଯୋଗ ଶୁଣାଣିରେ ୨୪ ହଜାର ୧୮ ଜଣ ହିତାଧିକାରୀଙ୍କୁ ସୁଭଦ୍ରାରେ ସାମିଲ କରାଯାଇଥିଲା ।
ଆଜିଠୁ ପୁଣି ଖୋଲିବ ସୁଭଦ୍ରା ପୋର୍ଟାଲ : ଏଇମାନେ କରିପାରିବେ ଆବେଦନ
୩୧୫ କୋଟି ରୁ ଉର୍ଦ୍ଧ୍ବ ଆର୍ଥିକ ସହାୟତା ରାଶି ସୁଭଦ୍ରା ହିତାଧିକାରୀଙ୍କ ଖାତାକୁ ଆସିଛି । ଏଯାବତ ସୁଭଦ୍ରା ଯୋଜନାରେ ମୋଟ ୪ ଲକ୍ଷ ୫୭ ହଜାର ୬୮୧ଜଣ ମହିଳା ସାମିଲ ହୋଇସାରିଛନ୍ତି । ତାଙ୍କ ଭିତରୁ ନୂଆକରି ୧ଲକ୍ଷ ୭୮ ହଜାର ୩୯୮ ଜଣ ମହିଳାଙ୍କୁ ସାମିଲ କରାଯାଇଛି। ଯେଉଁମାନେ କି ପ୍ରଥମ ଥର ପାଇଁ ସୁଭଦ୍ରା କିସ୍ତି ପାଇବେ। ପୂର୍ବରୁ ଜାନୁଆରୀ ୧୮ରେ ସୁଭଦ୍ରା ଟଙ୍କା ମିଳିବ ବୋଲି କହିଥିଲେ ବିଭାଗୀୟ ମନ୍ତ୍ରୀ । ପରେ ଉପମୁଖ୍ୟମନ୍ତ୍ରୀ ସୋସିଆଲ ମିଡ଼ିଆରେ ପୋଷ୍ଟ କରି ୧୮ ବଦଳରେ ୨୨ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବା ନେଇ ସୂଚନା ଦେଇଥିଲେ ।
Follow Us