ଆକାଉଣ୍ଟକୁ ଆସିଲା ସୁଭଦ୍ରା ଟଙ୍କା : ଖୁସି ହେଲେ ମହିଳା

Advertisment

ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର

Updated On

ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର

ଅଦ୍ୟତନ ହୋଇଛି
Subhadra Yojna Money Today 1

Subhadra Yojna Money Today 1 Photograph: (kanak News)

କନକ ବ୍ୟୁରୋ : ହିତାଧିକାରୀଙ୍କ ପାଇଁ ଖୁସି ଖବର । ଆକାଉଣ୍ଟକୁ ଆସିଲା ସୁଭଦ୍ରା ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା। ପାଖାପାଖି ୨ ଲକ୍ଷ ୩୦ ହଜାରରୁ ଅଧିକ ହିତାଧିକାରୀ ଏହି ଟଙ୍କା ପାଇଥିବା ନେଇ ପ୍ରାଥମିକ ଭାବରେ ସୂଚନା ମିଳିଛି । ଦିନ ୧୨.୩୦ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଟଙ୍କା ଯାଇଛି । ଏହାସହ ଆଉ ଦିନକ ପରେ ପୁଣି ଥରେ ସୁଭଦ୍ରା ହିତାଧିକାରୀଙ୍କୁ ସୁଭଦ୍ରା ଯୋଜନାର ଦ୍ବିତୀୟ କିସ୍ତିର ଟଙ୍କା ମିଳିବ । 

ସେପଟେ, ଏହିମାସ ୩୧ରେ ଆବେଦନ ଗ୍ରହଣ ବନ୍ଦ କରି ସୁଭଦ୍ରାରୁ ବଞ୍ଚିତ ହୋଇଥିବା ମହିଳାଙ୍କୁ ଖୋଜିବାକୁ ସର୍ଭେ କରିବେ ରାଜ୍ୟ ସରକାର । ସୂଚନା ଅନୁସାରେ, ଡୋର୍ ଟୁ ଡୋର୍ ବୁଲି ହିତାଧିକାରୀଙ୍କ ସର୍ଭେ କରାଯିବାର ବ୍ୟବସ୍ଥା ହୋଇଛି । ପୂର୍ବ ସୂଚନା ଅନୁସାରେ, ପଞ୍ଚମ ପର୍ଯ୍ୟାୟ ପରେ ବି ରାକ୍ଷୀ ପୂର୍ଣ୍ଣିମାରେ ଯୋଗ୍ୟ ହିତାଧିକାରୀଙ୍କୁ ମିଳିବ ଏକା ବେଳେ ୩ଟି କିସ୍ତିର ଟଙ୍କା ଅର୍ଥାତ୍‌ ୧୫ ହଜାର ଟଙ୍କା । 

ସୁଭଦ୍ରାରୁ ମହିଳାଙ୍କୁ ନିଜ ସହ ଯୋଡି ହୋଇ ରଖିବାକୁ ଅନ୍ତର୍ଜାତୀୟ ମହିଳା ଦିବସରେ ବଡ଼ କାର୍ଯ୍ୟକ୍ରମ ହାତକୁ ନେଇଛନ୍ତି ସରକାର । ୮ ତାରିଖ ଯାଏଁ ପଞ୍ଚାୟତ ସ୍ତରରେ ଚାଲିବ କାର୍ଯ୍ୟକ୍ରମ । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe