ଭୁବନେଶ୍ବରରେ ବେଙ୍ଗାଲୁରୁରୁ ଗୌହାଟି ଯାଉଥିବା ବିମାନର ଜରୁରୀ ଅବତରଣ: ଜଣେ ଯାତ୍ରୀଙ୍କ ସ୍ବାସ୍ଥ୍ୟ ବିଗିଡ଼ିବାରୁ କଲା ଲ୍ୟାଣ୍ଡ

ବିମାନରେ ଯାତ୍ରା କରୁଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ଜରୁରୀ ଅବତରଣ କରିଥିବା ସୂଚନା ମିଳିଛି । ତୁରନ୍ତ ଅସୁସ୍ଥ ଯାତ୍ରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବେଙ୍ଗାଳୁରୁରୁ ଗୌହାଟିକୁ ଯାଉଥିଲା ବିମାନ ।

46

Photograph: (KANAK NEWS)

କନକ ବ୍ୟୁରୋ: ମଝି ଆକାଶରେ ବିଗିଡିଲା ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା । ଭୁବନେଶ୍ୱର ବିମାନବନ୍ଦରରେ ବିମାନର ଜରୁରୀ ଅବତରଣ । ଭୁବନେଶ୍ୱର ବିଜୁପଟ୍ଟନାୟକ ବିମାନ ବନ୍ଦରରେ ଏୟାର ଇଣ୍ଡିଆ ବିମାନର ଜରୁରୀ ଅବତରଣ କରିଛି । ବିମାନରେ ଯାତ୍ରା କରୁଥିବା ଜଣେ ଯାତ୍ରୀ ଅସୁସ୍ଥ ହୋଇପଡ଼ିବାରୁ ଜରୁରୀ ଅବତରଣ କରିଥିବା ସୂଚନା ମିଳିଛି । ତୁରନ୍ତ ଅସୁସ୍ଥ ଯାତ୍ରୀଙ୍କୁ କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବେଙ୍ଗାଳୁରୁରୁ ଗୌହାଟିକୁ ଯାଉଥିଲା ବିମାନ । ଯାତ୍ରୀଙ୍କ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଏୟାର ଇଣ୍ଡିଆ ବିମାନ ଜରୁରୀ ଅବତରଣ କରିଥିବା ସୂଚନା ଦେଇଛନ୍ତି ଏୟାରପୋର୍ଟ ନିର୍ଦ୍ଦେଶକ ।     

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe