କନକବ୍ୟୁରୋ: ଅଡ଼ୁଆରେ କେନ୍ଦ୍ର ଅର୍ଥମନ୍ତ୍ରୀ । ନିର୍ମଳା ସୀତାରମଣଙ୍କ ନାଁରେ ରୁଜୁ ହେବ ମାମଲା। ଏଥିପାଇଁ ବେଙ୍ଗାଲୁରୁର ସ୍ବତନ୍ତ୍ର କୋର୍ଟ ଆଦେଶ ଦେଇଛନ୍ତି। ନିର୍ବାଚନୀ ବଣ୍ଡ ଜରିଆରେ ଜୋରଜବରଦସ୍ତି ଚାନ୍ଦା ଆଦାୟ ଅଭିଯୋଗରେ ଏହି ମାମଲା ରୁଜୁ ହେବ।  

Advertisment

ଜନାଧିକାର ସଂଘର୍ଷ ସଙ୍ଗଠନ ପକ୍ଷରୁ ଏନେଇ ସୀତାରମଣ ଓ ଅନ୍ୟ କିଛି ବ୍ୟକ୍ତିଙ୍କ ନାମରେ ଅଭିଯୋଗ ହୋଇଥିଲା। ଏହାପରେ ବେଙ୍ଗାଲୁରୁ ସ୍ଥିତ ଜନପ୍ରତିନିଧିର ବିଶେଷ ଅଦାଲତ ସୀତାରମଣଙ୍କ ବିରୋଧରେ ମାମଲା ରୁଜୁ ପାଇଁ ଆଦେଶ ଦେଇଛନ୍ତି।

କୋର୍ଟଙ୍କ ନିର୍ଦ୍ଦେଶ ଆଧାରରେ ତିଳକ ନଗର ପୁଲିସ୍‌ ଏବେ ସୀତାରମଣ ଓ ଅନ୍ୟମାନଙ୍କ ନାଁରେ ମାମଲା ରୁଜୁ କରିବ।  ରାଜନୈତକ ଦଳମାନଙ୍କୁ ଅର୍ଥ ଦାନ କରିବାର ଏକ ମାଧ୍ୟମ ହେଉଛି ନିର୍ବାଚନୀ ବଣ୍ଡ। ଏହାକୁ ନେଇ ସରକାର ଓ ବିରୋଧୀଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଏନେଇ ଏକ ମାମଲା ସୁପ୍ରିମକୋର୍ଟରେ ମଧ୍ୟ ଚାଲିଛି।