କନକ ବ୍ୟୁରୋ : ଗତକାଲି ରାଜଧାନୀ ଭୁବନେଶ୍ୱରରେ ପ୍ରବଳ ବର୍ଷା ହୋଇଥିବା ବେଳେ ଆଜି ମଧ୍ୟ ବର୍ଷିବାର ସମ୍ଭାବନା ରହିଛି । ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ସକାଳ ସାଢ଼େ ୮ଟା ଯାଏଁ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ମାଲକାନଗିରି, କୋରାପୁଟ, ଖୋର୍ଦ୍ଧା, ପୁରୀ , କଟକ , କେନ୍ଦ୍ରାପଡ଼ା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୦ ତାରିଖ ପାଇଁ ସାରା ଓଡ଼ିଶାର ସବୁ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ସେପଟେ ଦକ୍ଷିଣ ବାଂଲାଦେଶ ଓ ପାଖାପାଖି ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଆଜି ଯାଏଁ ଏହା ସକ୍ରିୟ ରହିବା ସହ ରାଜ୍ୟରେ ଜାରି ରହିବ ବଜ୍ରପାତ ଜନିତ ବର୍ଷା । ବିଶେଷକରି ଉପକୂଳ ଓ ଉତ୍ତର-ଆଭ୍ୟନ୍ତରୀଣ ଓଡ଼ିଶାରେ ତୀବ୍ରତା ଅଧିକ ରହିପାରେ । ତେବେ ଆଗାମୀ ୩ରୁ ୪ ଦିନ ପର୍ଯ୍ୟନ୍ତ ଜାରି ରହିବ ଏହିପରି ପ୍ରଭାବ । ଏଥିସହ ଆସନ୍ତାକାଲି ବେଳକୁ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ବିଶେଷ ଘନୀଭୂତ ହେବାର ସମ୍ଭାବନା ନାହିଁ । ତଥାପି କିଛି ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଜାରି ରହିବ । ଓଡ଼ିଶାରୁ ମୌସୁମୀ ବିଦାୟ ନେବାର ସମୟ ୧୫ ତାରିଖ ହୋଇଥିବା ବେଳେ ଆଗାମୀ ୫ ଦିନରେ ମୌସୁମୀ ବିଦାୟ ନେବା ପାଇଁ ପାଗ ଅନୁକୂଳ ନଥିବା ଆଞ୍ଚଳିକ ପାଣିପାଗ ବିଭାଗ କହିଛି ।
ଆଜି ବି ଭିଜିବ ଭୁବନେଶ୍ବର : ଜାରି ହେଲା ରେଡ୍ ୱାର୍ଣ୍ଣିଂ , ୩ ଦିନ ପର୍ଯ୍ୟନ୍ତ ଓଦା ହେବ ଅଧା ଓଡ଼ିଶା
ଭୁବନେଶ୍ୱର ପାଇଁ ରେଡ୍ ଆଲର୍ଟ ଜାରି କରିଛି ପାଣିପାଗ ବିଭାଗ । ଆଜି ସକାଳ ସାଢ଼େ ୮ଟା ଯାଏଁ ୨୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
/kanak/media/media_files/2025/10/09/rain-2025-10-09-07-30-15.jpg)