କନକ ବ୍ୟୁରୋ: ରାଜ୍ୟରେ ହୋମ ଗାର୍ଡଙ୍କ ନିଯୁକ୍ତି ଉପରେ ଥିବା ରହିତାଦେଶକୁ ପ୍ରତ୍ୟାହୃତ କରିଛନ୍ତି ରାଜ୍ୟ ସରକାର । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏହି ରହିତାଦେଶ ପ୍ରତ୍ୟାହୃତ ହୋଇଛି । ଏହାଦ୍ୱାରା ରାଜ୍ୟରେ ଖାଲିଥିବା ହୋମ ଗାର୍ଡ ପଦବୀ ଖୁବ୍ ଶୀଘ୍ର ପୂରଣ ହୋଇ ପାରିବ ।
ସୂଚନା ଯୋଗ୍ୟ ଯେ, ରାଜ୍ୟରେ ସମୁଦାୟ ହୋମ ଗାର୍ଡ ପଦବୀ ସଂଖ୍ୟା ୧୭,୬୭୫ ଥିବା ବେଳେ ୧୫,୩୦୬ ଜଣ ହୋମ ଗାର୍ଡ କାର୍ଯ୍ୟରତ ଅଛନ୍ତି । ୨୩୬୯ ପଦବୀ ଖାଲି ଅଛି । ଏହି ନିଷ୍ପତ୍ତି ଦ୍ୱାରା ଖାଲି ଥିବା ପଦବୀ ଗୁଡ଼ିକ ଆବଶ୍ୟକତା ଅନୁଯାୟୀ ପୂରଣ କରାଯାଇ ପାରିବ ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024-08-22t112507373z-whatsapp-image-2024-08-22-at-45429-pm.jpeg)