କନକ ନ୍ୟୁଜର ବଡ଼ ପ୍ରଭାବ; ଶ୍ରୀମନ୍ଦିର ପ୍ରଶାସନ ଅଫିସରୁ ବିଦା ହେଲେ ୩୨ ଅବସରପ୍ରାପ୍ତ କର୍ମଚାରୀ

Advertisment

ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ପୁନଃ ନିଯୁକ୍ତିପ୍ରାପ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀ ବିଦା । ମୋଟ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କାଢିଲା ଶ୍ରୀମନ୍ଦିର ପ୍ରଶାସନ । ଗତ ୧୦ ବର୍ଷରେ ଅନେକ ଅଧିକାରୀ ଅବସର ନେବା ପରେ ଓଏସଡି ଭାବେ ମିଳିଥିଲା ପୁନଃ ନିଯୁକ୍ତି ।

ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ପୁନଃ ନିଯୁକ୍ତିପ୍ରାପ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀ ବିଦା । ମୋଟ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କାଢିଲା ଶ୍ରୀମନ୍ଦିର ପ୍ରଶାସନ । ଗତ ୧୦ ବର୍ଷରେ ଅନେକ ଅଧିକାରୀ ଅବସର ନେବା ପରେ ଓଏସଡି ଭାବେ ମିଳିଥିଲା ପୁନଃ ନିଯୁକ୍ତି ।

SJTA

କନକ ବ୍ୟୁରୋ : କନକ ନ୍ୟୁଜର ମହାପ୍ରଭାବ। ଶ୍ରୀମନ୍ଦିର କାର୍ଯ୍ୟାଳୟ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ନିଯୁକ୍ତି ମିଳିଥିବା ନେଇ ଖବର ପ୍ରକାଶ ପାଇବା ପରେ ଆକ୍ସନ ମୋଡକୁ ଆସିଛି ଶ୍ରୀମନ୍ଦିର ପ୍ରଶାସନ। ସମସ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ ବିଦା କରିଛି ମନ୍ଦିର ପ୍ରଶାସନ।

ଏନେଇ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ। ପୂର୍ବ ସରକାରରେ ବାରମ୍ବାର ପୁନଃ ନିଯୁକ୍ତି ହେବା ଫଳରେ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ନିଯୁକ୍ତି ସୁଯୋଗ ମଧ୍ୟ ଠପ୍ ହୋଇଯାଇଥିଲା। ଏବେ ବିଜେପି ସରକାର ଏ ନିଯୁକ୍ତି ପ୍ରକ୍ରିୟାରେ ପୂର୍ଣ୍ଣଚ୍ଛେଦ ଟାଣିଛନ୍ତି।

ସୂଚନା ମୁତାବକ ଶ୍ରୀମନ୍ଦିର କାର୍ଯ୍ୟାଳୟରୁ ପୁନଃ ନିଯୁକ୍ତିପ୍ରାପ୍ତ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀ ବିଦା। ମୋଟ ୩୨ ଜଣ ଅବସରପ୍ରାପ୍ତ ଅଧିକାରୀ ଓ କର୍ମଚାରୀଙ୍କୁ କାଢିଲା ଶ୍ରୀମନ୍ଦିର ପ୍ରଶାସନ। ଗତ ୧୦ ବର୍ଷରେ ଅନେକ ଅଧିକାରୀ ଅବସର ନେବା ପରେ ଓଏସଡି ଭାବେ ମିଳିଥିଲା ପୁନଃ ନିଯୁକ୍ତି।ଶ୍ରୀମନ୍ଦିର ପାଇଁ ନିଆଯାଉଥିବା ଅନେକ ନିଷ୍ପତ୍ତିରେ ରହୁଥିଲା ଗୁରୁତ୍ୱପୂର୍ଣ୍ଣ ଭୂମିକା। ଶ୍ରୀମନ୍ଦିର ପ୍ରଶାସନ କାର୍ୟ୍ୟାଳୟ ପାଲଟିଥିଲା ଅବସରପ୍ରାପ୍ତ ଅଧିକାରୀଙ୍କ ଥଇଥାନ କେନ୍ଦ୍ର। ଅବସରପ୍ରାପ୍ତ ଅଧିକାରୀଙ୍କୁ କାହିଁକି ଏତେ ଅନୁକମ୍ପା ଦେଖାଉଥିଲେ ପୂର୍ବ ସରକାର। ଏବେ ବି ନୀତିକାନ୍ତି କ୍ଷେତ୍ରରେ ଅବସରପ୍ରାପ୍ତ କର୍ମଚାରୀ କରୁଛନ୍ତି କାମ। ଏବେ ଖାଲି ହେବାକୁ ଥିବା ପଦବୀକୁ ଓଡ଼ିଶା ସବୋର୍ଡିନେଟ୍ ଷ୍ଟାଫ୍ କମିଶନ ଜରିଆରେ ପୂରା କରିବାକୁ ସରକାରଙ୍କୁ ସୁପାରିଶ ହୋଇଛି।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe