କନକ ବ୍ୟୁରୋ : ସୁଭଦ୍ରାକୁ ନେଇ ଆସିଲା ବଡ଼ ଖବର । ୧୮ ହଜାର ଟଙ୍କା ବୃତ୍ତି ପାଉଥିଲେ ‘ସୁଭଦ୍ରା’ ପାଇଁ ଅଯୋଗ୍ୟ ହେବେ ଛାତ୍ରୀ । କୌଣସି ଛାତ୍ରୀଙ୍କୁ କେନ୍ଦ୍ର କିମ୍ବା ରାଜ୍ୟ ସରକାରଙ୍କଠାରୁ ୧୮ ହଜାର କିମ୍ବା ଏହାଠାରୁ ଅଧିକ ଟଙ୍କାର ଆର୍ଥିକ ସହାୟତା ମିଳୁଛି କି ? ଯଦି ଆପଣ ଏପରି ସରକାରୀ ସହାୟତା ପାଉଥିବେ ତେବେ ସୁଭଦ୍ରା ଯୋଜନାରୁ ବାଦ ପଡ଼ିବେ । ଏନେଇ ଦୁଇ ବିଭାଗରୁ ରିପୋର୍ଟ ମାଗିଲା ମହିଳା ଓ ଶିଶୁ ବିକାଶ ବିଭାଗ । ଉଚ୍ଚଶିକ୍ଷା ବିଭାଗ ଏବଂ ଅନୁସୂଚିତ ଜାତି, ଜନଜାତି ଓ ସଂଖ୍ୟାଲଘୁ ବିଭାଗ ସଚିବଙ୍କୁ ପତ୍ର ଲେଖିଛି ବିଭାଗ ।

Advertisment

ଅପରେସନ୍ ‘ସିନ୍ଦୂର’ ପରେ ଦୀପାବଳିର ଜୋସ୍, ସୀମାରେ ଆତସବାଜି ପାଇଁ ଯବାନ ପ୍ରସ୍ତୁତ...

‘ସୁଭଦ୍ରା’ ନିୟମାବଳୀ ଅନୁସାରେ ଏହି ଯୋଜନା ଅଧୀନରେ ଯୋଗ୍ୟ ହେବା ପାଇଁ ହିତାଧିକାରୀଙ୍କ ବୟସ ୨୧ ବର୍ଷ କିମ୍ବା ତାହାଠାରୁ ଅଧିକ ଏବଂ ୬୦ ବର୍ଷରୁ କମ୍ ହୋଇଥିବା ଆବଶ୍ୟକ । ରାଜ୍ୟ କିମ୍ବା କେନ୍ଦ୍ର ସରକାରଙ୍କ କୌଣସି ଯୋଜନା ଅଧୀନରେ ଯଦି ବାର୍ଷିକ ୧୮ ହଜାର ଟଙ୍କା କିମ୍ବା ତାହାଠାରୁ ଅଧିକ ଅର୍ଥ ସହାୟତା ଗ୍ରହଣ କରୁଥିବେ ତେବେ ସେ କ୍ଷେତ୍ରରେ ସଂପୃକ୍ତ ମହିଳା ଅଯୋଗ୍ୟ ଘୋଷିତ ହେବେ । ଏନେଇ ବିଭାଗକୁ ଅନେକ ଅଭିଯୋଗ ମିଳିଛି । ଛାତ୍ରୀମାନଙ୍କୁ ଯେଉଁ ଛାତ୍ରବୃତ୍ତି ରାଶି ପ୍ରଦାନ ଦିଆଯାଉଛି ତାହା କେବଳ ଶିକ୍ଷା ସମ୍ବନ୍ଧୀୟ କାର୍ଯ୍ୟରେ ବ୍ୟୟ ହେଉଛି । ହେଲେ ଏହାକୁ ଅତିରିକ୍ତ ଅର୍ଥ ସହାୟତା ଭାବେ ହିସାବକୁ ନିଆ ଯାଇପାରୁନାହିଁ । ଏନେଇ ବିସ୍ତୃତ ଭାବେ ଯାଞ୍ଚ କରି ତଥ୍ୟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି । ବିଭାଗ ପକ୍ଷରୁ ପ୍ରଦାନ କରାଯାଇଥିବା ନିର୍ଦ୍ଦିଷ୍ଟ ଫର୍ମାଟରେ ୨୦୨୩-୨୪ ଓ ୨୦୨୪-୨୫ ଆର୍ଥିକ ବର୍ଷରେ କେଉଁ ଛାତ୍ରୀମାନେ ୧୮ ହଜାର ଟଙ୍କାରୁ ଅଧିକ ଛାତ୍ରବୃତ୍ତି ନେଇଛନ୍ତି ତା'ର ସମସ୍ତ ତଥ୍ୟ ପ୍ରଦାନ କରିବା ଲାଗି ଚିଠି ଲେଖିଛି ବିଭାଗ ।