କନକ ବ୍ୟୁରୋ : ରାଜ୍ୟ ସରକାର ଆଜି ଆଇଏସସ୍ ଅଧିକାରୀ ସ୍ତରରେ ବଡ଼ଧରଣର ଅଦଳବଦଳ କରିଛନ୍ତି । ଅତିରିକ୍ତ ଶାସନ ସଚିବରୁ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପାହ୍ୟା ପର୍ଯ୍ୟନ୍ତ ଏହି ଅଦଳବଦଳ ହୋଇଛି। ୨୧ ଜଣ ଅଧିକାରୀଙ୍କୁ ନୂଆ ବିଭାଗ ମିଳିଛି। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି।
ଉନ୍ନୟନ କମିସନର ଦେଓରଞ୍ଜନ କୁମାର ସିଂହଙ୍କ ପାଖରେ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଥିବାବେଳେ ଏହାକୁ କାଢ଼ି ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ଅତିରିକ୍ତ ଦାୟିତ୍ବ ଦିଆଯାଇଛି। ଇସ୍ପାତ ଓ ଖଣି ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ସୁରେନ୍ଦ୍ର କୁମାର ପୂର୍ବରୁ ସାଧାରଣ ପ୍ରଶାସନ, ସାଧାରଣ ଅଭିଯୋଗ ବିଭାଗ ଓ ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ବରେ ଥିଲେ। ଏବେ ତାଙ୍କୁ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଭାବେ ନିଯୁକ୍ତି ଦିଆଯାଇଛି। ଏହାସହ ପୂର୍ବ ଭଳି ସଂସଦୀୟ ବ୍ୟାପାର ବିଭାଗର ଅତିରିକ୍ତ ଦାୟିତ୍ବ ମିଳିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/media_files/2026/02/05/12a-2026-02-05-18-54-29.jpg)