ବିରୋଧ କରିବାକୁ କହିଥିଲା ବିଜୁ ଜନତା ଦଳ ; ୱାକଫ୍ ବିଲ ସପକ୍ଷରେ ଭୋଟ୍‌ ଦେଲେ ବିଜେଡି ସାଂସଦ ସସ୍ମିତ ପାତ୍ର

Advertisment

ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଛି ୱାକଫ୍ ବିଲ୍‌ । ଆଉ ଏହି ବିଲ୍ ସପକ୍ଷରେ ଭୋଟ୍‌ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଏନଆଇକୁ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି ବିଜେଡି ସାଂସଦ। କହିଛନ୍ତି ଯେ, ସେ ବିଲକୁ ସମର୍ଥନ କରିଛନ୍ତି

ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଛି ୱାକଫ୍ ବିଲ୍‌ । ଆଉ ଏହି ବିଲ୍ ସପକ୍ଷରେ ଭୋଟ୍‌ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଏନଆଇକୁ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି ବିଜେଡି ସାଂସଦ। କହିଛନ୍ତି ଯେ, ସେ ବିଲକୁ ସମର୍ଥନ କରିଛନ୍ତି

BJD MP Sasmit Patra Votes in Favor of Wakf Bill

BJD MP Sasmit Patra Votes in Favor of Wakf Bill Photograph: (KanakNews )

କନକ ବ୍ୟୁରୋ: ଉଭୟ ଲୋକସଭା ଓ ରାଜ୍ୟସଭାରେ ପାରିତ ହୋଇଛି ୱାକଫ୍ ବିଲ୍‌ । ଆଉ ଏହି ବିଲ୍ ସପକ୍ଷରେ ଭୋଟ୍‌ ଦେଇଛନ୍ତି ବିଜେଡି ସାଂସଦ ସସ୍ମିତ ପାତ୍ର। ଏଏନଆଇକୁ ପ୍ରତିକ୍ରିୟା ଦେଇ ଏହି ସୂଚନା ଦେଇଛନ୍ତି ବିଜେଡି ସାଂସଦ। କହିଛନ୍ତି ଯେ, ସେ ବିଲକୁ ସମର୍ଥନ କରିଛନ୍ତି। ତେବେ ବିଜେଡିର ବାକି ସାଂସଦଙ୍କ ସମ୍ପର୍କରେ ଏନେଇ କୌଣସି ଆଲୋଚନା କରିନାହାନ୍ତି।

ୱାକଫ୍ ବିଲକୁ ନେଇ ପୂର୍ବରୁ ଜୋରଦାର ବିରୋଧ କରିଥିଲା ବିଜେଡି। ତେବେ ଭୋଟିଂରେ ଦଳର ସାଂସଦମାନେ ଭାଗ ନେବେ କି ନାହିଁ, ସେ ନେଇ ଦେଖା ଦେଇଥିଲା ଦ୍ବନ୍ଦ୍ବ। କିନ୍ତୁ ଗତକାଲି ସସ୍ମିତ ତାଙ୍କ ଟ୍ବିଟରରେ ଉଲ୍ଲେଖ କରିଥିଲେ ଯେ, ଭୋଟିଂରେ ଭାଗ ନେବା ନେଇ କୌଣସି ହ୍ବିପ ଜାରି କରାଯାଇନାହିଁ। ତେଣୁ ସଦସ୍ୟମାନେ ନିଜ ବିବେକ ଅନୁସାରେ ଭୋଟ ଦେଇପାରିବେ। ସେପଟେ କିନ୍ତୁ ବିଜେଡିର ଅନ୍ୟତମ ସାଂସଦ ମୁନ୍ନା ଖାଁ ବିଲ୍ ବିରୋଧରେ ନିଜର ମତ ରଖିଥିଲେ। ଏପରିକି ତାଙ୍କ ଦଳ ବିଲ୍‌ ବିରୋଧରେ ଭୋଟ୍‌ କରିବ ବୋଲି କହିଥିଲେ। ଏବେ ପ୍ରଶ୍ନ ଉଠୁଛି, ଯଦି ସସ୍ମିତ ବିଲ୍‌ ସପକ୍ଷରେ ଭୋଟ୍‌ ଦେଇଛନ୍ତି। ତା ହେଲେ ବାକି ସାଂସଦମାନେ ସପକ୍ଷରେ, କି ବିପକ୍ଷରେ ଭୋଟ୍‌ ଦେଇଛନ୍ତି, ତାହା ଏବେ ବି ସସପେନ୍ସ। 

ସୂଚନାଯୋଗ୍ୟ ଯେ, ଲୋକସଭା ପରେ ରାଜ୍ୟସଭାରେ ବି ପାସ ହୋଇଛି ୱାକଫ ବିଲ୍। ବିଲ୍ ସପକ୍ଷରେ ୧୨୮ଟି ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ୯୫ଟି ଭୋଟ୍ ପଡ଼ିଥିଲା। ଏଥିସହ ୱାକଫ୍ ଏବେ ଆଇନରେ ପରିଣତ ହେବାରୁ ମାତ୍ର ଗୋଟିଏ ପାଦ ଦୂରରେ। ବିଲକୁ ଏବେ ରାଷ୍ଟ୍ରପତିଙ୍କ ନିକଟକୁ ପଠାଯିବ। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହା ଆଇନରେ ପରିଣତ ହେବ। ରାଜ୍ୟସଭା ପୂର୍ବରୁ ବୁଧବାର ଲୋକସଭାରେ ଏହି ବିଲ୍ ଆଗତ ହୋଇଥିଲା। ୧୨ ଘଣ୍ଟାର ଆଲୋଚନା ପରେ ସରକାର ଏହାକୁ ପାରିତ କରିବାରେ ସଫଳ ହୋଇଛନ୍ତି। ଲୋକସଭାରେ ଏହି ବିଲ୍ ସପକ୍ଷରେ ୨୮୮ଟି ଭୋଟ୍ ପଡ଼ିଥିବା ବେଳେ ବିପକ୍ଷରେ ୨୩୨ଟି ଭୋଟ୍ ପଡ଼ିଛି। ରାଜ୍ୟସଭାରେ ଆଲୋଚନା ବେଳେ ବିରୋଧୀ ଦଳ ସଦସ୍ୟମାନେ ଏହାକୁ ତୀବ୍ର ବିରୋଧ କରିଥିଲେ। କଂଗ୍ରେସ ସମେତ ଅନ୍ୟ ବିରୋଧୀ ଦଳମାନେ ଏହାକୁ ଅସାମ୍ବିଧାନିକ ବୋଲି କହିଥିଲେ। 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe