କନକ ବ୍ୟୁରୋ: ବିଜେପି କଲା ପ୍ରାର୍ଥୀ ଘୋଷଣା । ବିହାର ବିଧାନସଭା ନିର୍ବାଚନ ପାଇଁ ମଙ୍ଗଳବାର ବିଜେପି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ଏହି ପ୍ରଥମ ପର୍ଯ୍ୟାୟ ପ୍ରାର୍ଥୀ ଘୋଷଣାରେ ୭୧ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି ବିଜେପି । ତେବେ ବରିଷ୍ଠ ବିଜେପି ନେତା ତଥା ଉପ-ମୁଖ୍ୟମନ୍ତ୍ରୀ ସମ୍ରାଟ ଚୌଧୁରୀଙ୍କୁ ତାରାପୁର ସିଟରୁ ଟିକେଟ୍ ଦେଇଛି ବିଜେପି । ସେହିପରି ରାମ କୃପାଳ ଯାଦବଙ୍କୁ ଦଳ ଦାନାପୁର ଆସନରୁ ପ୍ରାର୍ଥୀ କରିଛି ।

Advertisment

ଦୀର୍ଘ ଦିନ ହେଲା ବିହାରରେ ଏନଡିଏ ମେଣ୍ଟ ଭିତରେ ସିଟ୍ ବୁଝାମଣାକୁ ନେଇ ଅଙ୍କ ଛିଣ୍ଡିପାରୁନଥିଲା । ହେଲେ ଶେଷରେ ଏନଡିଏର ସହଯୋଗୀ ଦଳମାନଙ୍କ ଭିତରେ ସିଟ୍ ବୁଝାମଣା ହୋଇଥିଲା । ନିଷ୍ପତ୍ତି ମୁତାବକ ଏଥର ବିଜେପି ଏବଂ ଜେଡିୟୁ  ୧୦୧ ଟି ଲେଖାଏଁ ସିଟରେ ନିର୍ବାଚନ ଲଢିବେ ବୋଲି ଧାର୍ଯ୍ୟ ହୋଇଥିଲା । ଏହାସହ ଏଲଜେପି (ଆର୍) ୨୯ଟି ଆସନରେ ନିର୍ବାଚନ ଲଢ଼ିବ । ସେହିପରି ହାମ୍ ଏବଂ ରାଷ୍ଟ୍ରୀୟ ଲୋକ ମୋର୍ଚ୍ଚା  ୬ଟି ଲେଖାଏଁ ସିଟରେ ନିର୍ବାଚନ ଲଢିବେ ।