ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ; ମୁଖ୍ୟମନ୍ତ୍ରୀଙ୍କୁ ପୁନର୍ବିଚାର ଦାବି କଲେ ବିଜେପି ବିଧାୟକ

Advertisment

ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି ।ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।

ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି ।ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ।

mla salary

mla salary Photograph: (kanak news)

କନକ ବ୍ୟୁରୋ : ଓଡ଼ିଶାରେ ବିଧାୟକମାନଙ୍କ ଦରମା ବୃଦ୍ଧି ପ୍ରସଙ୍ଗ ଏବେ ରାଜନୈତିକ ମହଲରେ ଚର୍ଚ୍ଚାର ବିଷୟ ପାଲଟିଛି । ଏହି ନିଷ୍ପତ୍ତିକୁ ନେଇ ଜନସାଧାରଣଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେବା ପରେ ଏବେ ଏହା ଉପରେ ପୁନର୍ବିଚାର କରିବାକୁ ଦାବି ଜୋର ଧରିଛି । ଗୁରୁବାର ଦିନ ବିଜେପି ବିଧାୟକ ଦଳର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ପରେ ଶାସକ ଦଳର ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ଦରମା ବୃଦ୍ଧି ନିଷ୍ପତ୍ତିର ପୁନର୍ବିଚାର ପାଇଁ ଦାବି କରିଛନ୍ତି ।ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଏନେଇ ସୂଚନା ଦେଇ କହିଛନ୍ତି ଯେ, ଲୋକମତକୁ ସମ୍ମାନ ଜଣାଇ ଦରମା ବୃଦ୍ଧି ନିଷ୍ପତ୍ତି ଉପରେ ପୁନର୍ବିଚାର କରିବାକୁ ସେମାନେ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି । ଜନସାଧାରଣଙ୍କ ଭାବନାକୁ ଗୁରୁତ୍ୱ ଦେଇ ଏହି ପଦକ୍ଷେପ ନିଆଯାଇଛି ।

ସୂଚନାଯୋଗ୍ୟ ଯେ, ଗତ ଡିସେମ୍ବର ୯ ତାରିଖରେ ଶୀତକାଳୀନ ଅଧିବେଶନ ସମୟରେ ବିଧାନସଭାରେ ସର୍ବସମ୍ମତି କ୍ରମେ ବିଧାୟକଙ୍କ ଦରମା ଓ ଭତ୍ତା ବୃଦ୍ଧି ବିଲ୍ ପାରିତ ହୋଇଥିଲା । ଏଥିରେ ବିଧାୟକଙ୍କ ମୋଟ ଦରମା ଓ ଭତ୍ତା ୧ ଲକ୍ଷ ଟଙ୍କାରୁ ବୃଦ୍ଧି ପାଇ ୩ ଲକ୍ଷ ୪୫ ହଜାର ଟଙ୍କାକୁ ବୃଦ୍ଧି ପାଇଥିଲା । ଅର୍ଥାତ୍ ଦରମା ପ୍ରାୟ ତିନି ଗୁଣ ବଢ଼ିଥିଲା । ଏହା ସହିତ ପୂର୍ବତନ ବିଧାୟକଙ୍କ ପେନ୍‌ସନ୍‌ ରାଶିରେ ମଧ୍ୟ ବୃଦ୍ଧି ଘଟିଥିଲା ।

ଅଧିକ ପଢ଼ନ୍ତୁ---ବିଜେପିର ବଡ଼ ବୈଠକ; ନିଗମ ଓ ବୋର୍ଡ ବଣ୍ଟନ ଉପରେ ରହିଛି ନଜର

ତେବେ ଦରମା ବୃଦ୍ଧିକୁ ନେଇ ସାଧାରଣରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଥିଲା । ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ବର୍ଦ୍ଧିତ ଦରମା ଗ୍ରହଣ କରିବେ ନାହିଁ ବୋଲି ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖି ଜଣାଇଥିଲେ । ଏଭଳି ପରିସ୍ଥିତିରେ ବିଜେପି ବିଧାୟକଙ୍କ ଦାବି ପରେ ସରକାର ଦରମା ବୃଦ୍ଧି ନିଷ୍ପତ୍ତି ପ୍ରତ୍ୟାହାର କରୁଛନ୍ତି କି ନାହିଁ, ତାହା ଉପରେ ଏବେ ସମସ୍ତଙ୍କ ନଜର ରହିଛି ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe