ଅପରେସନ ସିନ୍ଦୂରକୁ ନେଇ ଆଜି ଠାରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା କରିବ ବିଜେପି । ସେନାର ବୀରତ୍ୱ ସଂପର୍କରେ ଲୋକଙ୍କୁ କରାଯିବ ଅବଗତ

ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ । ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯିବ।

sfdsdffsdf

କନକ ବ୍ୟୁରୋ :  ଅପରେସନ ସିନ୍ଦୂରର ସଫଳତାକୁ ନେଇ ଆଜିଠୁ ବିଜେପି ପକ୍ଷରୁ ଦେଶବ୍ୟାପୀ ତ୍ରିରଙ୍ଗା ଯାତ୍ରା, ୧୦ ଦିନ ଧରି ଚାଲିବ ଏହି କାର୍ଯ୍ୟକ୍ରମ । ଏହା ମାଧ୍ୟମରେ ପହଲଗାମ ଆକ୍ରମଣର ପ୍ରତିଶୋଧ ଓ ଅପରେସନ ସିନ୍ଦୂର ଜରିଆରେ ଆତଙ୍କୀଙ୍କ ଉପରେ ଭାରତର ବିଜୟ ଓ ତିନି ସେନାର ବୀରତ୍ବ ସମ୍ପର୍କରେ ଲୋକଙ୍କୁ ଅବଗତ କରାଯିବ । ଭାରତ କିପରି ନିଜ ନାଗରିକଙ୍କୁ ସୁରକ୍ଷିତ ରଖିବା ସହ ବିଶ୍ବରେ ନିଜର ସ୍ବାଭିମାନକୁ ସୁରକ୍ଷିତ ରଖିପାରିଛି ଏହାକୁ ଉପସ୍ଥାପନା କରାଯିବ। ଏହିକ୍ରମରେ ଓଡ଼ିଶାର ରାଜଧାନୀ ଭୁବନେଶ୍ବରର କଳିଙ୍ଗ ଷ୍ଟାଡିୟମ ପରିସରରୁ ମଧ୍ୟ ତ୍ରିରଙ୍ଗା ଶୋଭାଯାତ୍ରା ବାହରିବ। କାର୍ଯ୍ୟକ୍ରମରେ  ସାମିଲ ହେବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ସକାଳ ୮ ରେ କଳିଙ୍ଗ ଷ୍ଟାଡିୟମରେ ପାଳନ ହେବ ରାଲି। ଏହି କାର୍ଯ୍ୟକ୍ରମରେ  ଉପସ୍ଥିତ ରହିବାକୁ ସବୁ ବିଭାଗର ଅଧିକାରୀଙ୍କୁ  ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗ ପକ୍ଷରୁ ଚିଠି କରାଯାଇଛି ।   

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe