କନକ ବ୍ୟୁରୋ : ବିଜେପିର କୋର କମିଟି ବୈଠକ ଆରମ୍ଭ ହୋଇଛି । ବିଜେପି ରାଜ୍ୟ ସଭାପତି ଚୟନ ନେଇ ଏହି ବୈଠକରେ ଆଲୋଚନା ହୋଇପାରେ । ବିଜେପି କୋର କମିଟିରେ ଯୋଗ ଦେବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ବିଜେପି କାର୍ୟ୍ୟାଳୟରେ ପହଞ୍ଚିଛନ୍ତି । ବିଜେପି ରାଜ୍ୟ ସଭାପତିଙ୍କ ଅଧ୍ୟକ୍ଷତାରେ ବସିଛି ବୈଠକ । ବିଜେପିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତରୁଣ ଚୂଘ, ମୁଖ୍ୟମନ୍ତ୍ରୀ ମୋହନ ମାଝୀ, ବିଜେପି ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର, ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ପ୍ରମୁଖ ବୈଠକରେ ଉପସ୍ଥିତ ଅଛନ୍ତି । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ, ପ୍ରଭାତୀ ପରିଡ଼ା, କେନ୍ଦ୍ରାମନ୍ତ୍ରୀ ଜୁଏଲ ଓରାମ, ପ୍ରତାପ ଷଡଙ୍ଗୀ ଓ କୋର କମିଟିର ଅନ୍ୟ ସମସ୍ତ ସଦସ୍ୟ ଉପସ୍ଥିତ ରହିଛନ୍ତି ।
ବିଜେପିର କୋର କମିଟି ବୈଠକ । ସଭାପତି ଚୟନ ନେଇ ହୋଇପାରେ ଆଲୋଚନା
ବିଜେପିର କୋର କମିଟି ବୈଠକ ଆରମ୍ଭ ହୋଇଛି । ବିଜେପି ରାଜ୍ୟ ସଭାପତି ଚୟନ ନେଇ ଏହି ବୈଠକରେ ଆଲୋଚନା ହୋଇପାରେ ।
/kanak/media/media_files/2025/02/14/InVAJ8XcYRpHGpeU8fhz.jpg)