ନବୀନଙ୍କୁ ଭେଟିଲେ ବିଭିନ୍ନ ବ୍ଲକର ଚେୟାରମ୍ୟାନ; ପଚାଶରୁ ଅଧିକ ପଞ୍ଚାୟତ ସମିତିର ଅଧ୍ୟକ୍ଷଙ୍କ ସହ ବିରୋଧୀ ଦଳ ନେତାଙ୍କ ଆଲୋଚନା

ଶ୍ରୀ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିରେ ନିନ୍ଦା କରିଥିଲେ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢ଼େଇ ଜାରି ରହିବ ବୋଲି ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ ।

Naveen Patnaik

Photograph: (Kanak News)

କନକ ବ୍ୟୁରୋ : ନବୀନଙ୍କୁ ଭେଟିଲେ ବିଭିନ୍ନ ବ୍ଲକର ଚେୟାରମ୍ୟାନ । ରାଜ୍ୟର ପ୍ରାୟ ପଚାଶରୁ ଅଧିକ ପଞ୍ଚାୟତ ସମିତିର ଚେୟାରମ୍ୟାନ ମାନେ ଆଜି ନବୀନ ନିବାସ ଠାରେ ବିଜେଡି ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ପଞ୍ଚାୟତର ନିର୍ବାଚିତ ପ୍ରତିନଧିମାନଙ୍କ ପ୍ରଶାସନିକ ଓ ଆର୍ଥିକ କ୍ଷମତା ସଂକୋଚନ ପାଇଁ ରାଜ୍ୟ ସରକାରଙ୍କ ଅଗଣତାନ୍ତ୍ରିକ ନିଷ୍ପତ୍ତି ବିରୁଦ୍ଧରେ ତାଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ ।

ଶ୍ରୀ ପଟ୍ଟନାୟକ ରାଜ୍ୟ ସରକାରଙ୍କ ଏହି ଅଗଣତାନ୍ତ୍ରିକ ନିଷ୍ପତ୍ତିରେ ନିନ୍ଦା କରିଥିଲେ ଏବଂ ପଞ୍ଚାୟତର ନିର୍ବାଚିତ ପ୍ରତିନିଧିଙ୍କ ସାମ୍ବିଧାନିକ ଅଧିକାରର ସୁରକ୍ଷା ପାଇଁ ବିଜେଡିର ଲଢ଼େଇ ଜାରି ରହିବ ବୋଲି ଶ୍ରୀ ପଟ୍ଟନାୟକ ଘୋଷଣା କରିଥିଲେ । ବର୍ତ୍ତମାନ ଏ ବିଷୟ ମାନ୍ୟବର ହାଇକୋର୍ଟଙ୍କ ବିଚରାଧୀନ ରହିଛି । ଆବଶ୍ୟକ ପଡ଼ିଲେ ବିଜେଡି ଏଥିପାଇଁ ସୁପ୍ରିମକୋର୍ଟ ଯିବ ବୋଲି ଶ୍ରୀ ପଟ୍ଟନାୟକ ପ୍ରତିନିଧି ଦଳଙ୍କୁ କହିଥିଲେ । ଆଲୋଚନା ସମୟରେ ବିଧାୟକ ଶ୍ରୀ ସାରଦା ଜେନା, ଶ୍ରୀ ନବ ମଲ୍ଲିକ ପୂର୍ବତନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା, ପୂର୍ବତନ ବିଧାୟକ ବିଧାୟକ ସର୍ବଶ୍ରୀ ଉମା ସାମନ୍ତରାୟ, ପ୍ରଶାନ୍ତ ମୁଦୁଲି ପ୍ରମୁଖ ଉପସ୍ଥିତ ଥିଲେ ।

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe