କନକ ବ୍ୟୁରୋ: ଭିଜିଲାନ୍ସ ଜାଲରେ BMC କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଗନ୍ନାଥ ପଟ୍ଟନାୟକ । ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ୪ଟି ସ୍ଥାନରେ ଚଢାଉ । BMC ଅଫିସ୍ ସମେତ ଭୁବନେଶ୍ବର ଘରେ ଚଢାଉ ଜାରି । ଭୁବନେଶ୍ବର, ଖୋର୍ଦ୍ଧା ଓ ରାୟଗଡରେ ଚାଲିଛି ଚଢାଉ । ବଡ଼ଗଡ଼ ବ୍ରିଟ୍ କଲୋନୀରେ ଥିବା ଘରେ ମଧ୍ୟ ଚଢାଉ ।
ଭୁବନେଶ୍ୱର ଭିଜିଲାନ୍ସ ସ୍ୱତନ୍ତ୍ର ଜଜ୍ଙ୍କ ନିର୍ଦ୍ଦେଶକ୍ରମେ ଜାରି ହୋଇଥିବା ସର୍ଚ୍ଚ ୱାରେଣ୍ଟ ଆଧାରରେ ଜଗନ୍ନାଥ ପଟ୍ଟନାୟକଙ୍କ ସମ୍ପର୍କୀୟ ୪ଟି ସ୍ଥାନରେ ଏକକାଳୀନ ଚଢ଼ାଉ କରୁଛି। ଭିଜିଲାନ୍ସର ୬ ଜଣ ଡିଏସ୍ପି, ୧୦ ଜଣ ଇନ୍ସପେକ୍ଟର ଏବଂ ଅନ୍ୟାନ୍ୟ ସହାୟକ କର୍ମଚାରୀଙ୍କ ନେତୃତ୍ୱରେ ଏହି ଚଢ଼ାଉ କାର୍ଯ୍ୟ ଚାଲିଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2024/11/27/2024-11-27t060618923z-rrrr.jpg)
/kanak/media/media_files/2025/07/23/bmc-2025-07-23-08-39-01.jpg)