ବଲିଉଡ ଅଭିନେତ୍ରୀ ଦିଶା ପଟନୀଙ୍କ ଘରକୁ ଗୁଳିମାଡ଼, ବରେଲୀସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡ଼ିଆରେ ଧମକ

ଦିଶାଙ୍କ ଉତ୍ତର ପ୍ରଦେଶ ବରେଲି ସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡିଆରେ ଧମକ ମଧ୍ୟ ଦିଆଯାଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତ ଏକାଧିକ ଫାଙ୍କା ଗୁଳିଚାଳନା କରିଥିବା ବେଳେ, ଗୋଲ୍‌ଡି ବ୍ରାର୍ ଗ୍ୟାଙ୍ଗ୍ ଏଭଳି କାଣ୍ଡ ଭିଆଇଥିବା ନିଜ ଆଡ଼ୁ ଦାବି କରିଛି ।

7

କନକ ବ୍ୟୁରୋ :  ବଲିଉଡ୍ ଅଭିନେତ୍ରୀ ଦିଶା ପଟାନୀଙ୍କ ଘର ଆଗରେ ଫୁଟିଲା ଗୁଳି । ଦିଶାଙ୍କ ଉତ୍ତର ପ୍ରଦେଶ ବରେଲି ସ୍ଥିତ ବାସଭବନ ଆଗରେ ଫାୟାରିଂ ସହ ସୋସିଆଲ ମିଡିଆରେ ଧମକ ମଧ୍ୟ ଦିଆଯାଇଥିବା ସୂଚନା ମିଳିଛି । ଗତକାଲି ବିଳମ୍ୱିତ ରାତିରେ ଦୁର୍ବୃତ୍ତ ଏକାଧିକ ଫାଙ୍କା ଗୁଳିଚାଳନା କରିଥିବା ବେଳେ, ଗୋଲ୍‌ଡି ବ୍ରାର୍ ଗ୍ୟାଙ୍ଗ୍ ଏଭଳି କାଣ୍ଡ ଭିଆଇଥିବା ନିଜ ଆଡ଼ୁ ଦାବି କରିଛି । ଦିଶା ସାଧୁସନ୍ଥଙ୍କ ଅପମାନ କରିଥିବା ଅଭିଯୋଗ ଆଣିବା ସହ ତାଙ୍କୁ ଓ ଏଥିରେ ଜଡ଼ିତ ଫିଲ୍ମ ଇଣ୍ଡଷ୍ଟ୍ରିକୁ ସୋସିଆଲ ମିଡିଆ ପୋଷ୍ଟରେ ଧମକ ଦିଆଯାଇଥିବା ସୂଚନା ମିଳିଛି। ପୋଲିସ ଘଟଣାର ତଦନ୍ତ କରୁଛି । 

ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe