କନକବ୍ୟୁରୋ : ପୁରୀରେ କଂସ ଚରିତ୍ରରେ ଅଭିନୟ କରିଥିବା ସୁଶୀଲ ମେହେର । ସେ  ଗୋବର୍ଦ୍ଧନ ମଠରେ ଶଙ୍କରାଚାର୍ଯ୍ୟଙ୍କୁ ଦର୍ଶନ କରିଛନ୍ତି ।  ଏହାପରେ ମହୋଦଧିରେ ବୁଡ଼ ପକାଇ ସେ ନିଜର ପାପକ୍ଷୟ କରିବେ ।  ଶେଷରେ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କୁ ଦର୍ଶନ କରିବେ।   ସୂଚନାଯୋଗ୍ୟ,  ବରଗଡ଼ ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ ଧନୁଯାତ୍ରା ମହୋତ୍ସବ ଗତ ବର୍ଷ ଡିସେମ୍ବର ମାସ ୨୪ ତାରିଖରୁ ଆରମ୍ଭ ହୋଇ ଦୀର୍ଘ ୧୧ଦିନ ଚାଲିବା ପରେ  ୨୦୨୬ ଜାନୁଆରି ୩ ତାରିଖରେ ଉଦଘାଟିତ ହୋଇଥିଲା ।  ଏଥର ମହୋତ୍ସବରେ ଅଭିନୟ ପାଇଁ କଂସ ସମେତ ଅନ୍ୟ ପ୍ରମୁଖ ଚରିତ୍ର ପାଇଁ କଳାକାର ଚୟନ କରାଯାଇଥିଲା। ଏଥିରେ ବରଗଡ଼ ଜିଲ୍ଲା  ଭେଡେନ ବ୍ଲକ ଚିଚିଣ୍ଡା ଗ୍ରାମର ସୁଶୀଲ ମେହେର ବରଗଡ଼ କଂସ ଅଭିନେତା ଭାବେ ମନୋନୀତ ହୋଇଥିଲେ।

Advertisment