କନକ ବ୍ୟୁରୋ: ରାଜଧାନୀରେ ବିଭତ୍ସ ହତ୍ୟା । ରସୁଲଗଡ଼ରୁ ବାଣୀବିହାର ରାସ୍ତାରେ ଯୁବକଙ୍କ ମୁଣ୍ଡ କାଟିଦେଲେ ଦୁର୍ବୃତ୍ତ । ବାଇକ୍‌ରେ ଗୋଡେଇ ଗୋଡେଇ ନିର୍ମମ ଭାବେ ହତ୍ୟା କରାଯାଇଛି । ସକାଳ ୭ଟାରୁ ସାଢ଼େ ୭ଟା ଭିତରେ ହତ୍ୟାକାଣ୍ଡ ଘଟିଥିବା ଅନୁମାନ କରାଯାଉଛି । ରସୁଲଗଡ଼ରୁ ବାଣୀବିହାର ମେନ ରୋଡ଼ରେ ହତ୍ୟାକାଣ୍ଡ। ସ୍ପଷ୍ଟ ଦିବାଲୋକରେ ଯୁବକଙ୍କୁ ହାଣିଦେଲେ । ମୃତକ ହେଲେ କେଦାରପଲ୍ଲି ଅଞ୍ଚଳର ସହଦେବ ନାୟକ । ସେ ସଫେଇ କର୍ମଚାରୀ ସଂଘର ସଭାପତି ଥିଲେ । ଆଜି ସକାଳୁ ସ୍କୁଟରରେ ଯାଉଥିବାବେଳେ କିଛି ଦୁର୍ବୃତ୍ତ ଖଣ୍ଡାରେ ହାଣି ତାଙ୍କୁ ବିଭତ୍ସ ଭାବେ ହତ୍ୟା କରିଛନ୍ତି । ସହଦେବ ପୋଲିସ ମିତ୍ର ଭାବେ ମଧ୍ୟ କାମ କରୁଥିଲେ ।