କନକ ବ୍ୟୁରୋ : ବସ୍-ଟ୍ରକ୍ ମଧ୍ୟରେ ମୁହାଁମୁହିଁ ଧକ୍କା , ୬ଜଣଙ୍କର ମୃତ୍ୟୁ । ସୁନ୍ଦରଗଡ଼ କୋଇଡ଼ାରେ ବସ୍ ଦୁର୍ଘଟଣାରେ ଅନେକ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି । ପ୍ରଥମେ ୫ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଏବେ ମୃତ୍ୟୁ ସଂଖ୍ୟା ୬ରେ ପହଞ୍ଚିଛି । ମୃତ୍ୟୁ ସଂଖ୍ୟା ବଢ଼ିବା ଆଶଙ୍କା କରାଯାଉଛି ।
କେ. ବଲାଙ୍ଗ ଥାନା ନିକଟ ୫୨୦ନମ୍ବର ଜାତୀୟ ରାଜପଥରେ ରାଉରକେଲାରୁ କୋଇଡାକୁ ଆସୁଥିବା ଏକ ଘରୋଇ ବସ୍ ଅପରପାର୍ଶରୁ ଆସୁଥିବା ଏକ ଟ୍ରକ୍ ସହ ମୁହାଁମୁହିଁ ଧକ୍କା ହୋଇଛି । ଫଳରେ ୬ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ବହୁ ଯାତ୍ରୀ ଗୁରୁତର ହୋଇଛନ୍ତି । ଘଟଣାସ୍ଥଳରେ ପୁଲିସ୍ ଓ ଅଗ୍ନିଶମ ବାହିନୀ ପହଞ୍ଚି ଯାତ୍ରୀଙ୍କୁ ବସ୍ ଝରକାକୁ କଟର୍ ସାହାଯ୍ୟରେ କାଟି ବାହାର କରିଛନ୍ତି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/02/11/2025-02-11t080152817z.jpg)
/kanak/media/media_files/2025/09/25/04-2025-09-25-16-29-31.jpg)