କନକ ବ୍ୟୁରୋ : ରାଜ୍ୟରେ ହୋଇପାରିବନି ଗୋହତ୍ୟା । ଓଡ଼ିଶା ପ୍ରିଭେନସନ୍ ଅଫ୍ କାଓ ସ୍ଲଟର ଆକ୍ଟ ୧୯୬୦ କଡ଼ାକଡ଼ି ହେବ । କଡ଼ାକଡ଼ି ପାଳନ କରିବାକୁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ । ଜନସ୍ବାର୍ଥ ମାମଲାର ଶୁଣାଣି କରି ହାଇକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି ।
ରାଜ୍ୟରେ ଗୋଚାଲାଣ ଓ ଗୋହତ୍ୟା ଭଳି ଅପରାଧ ଦିନକୁ ଦିନ ବଢ଼ିଚାଲିଥିଲା । ପ୍ରତିଦିନ କେଉଁଠି ନା କେଉଁଠି ଗୋଚାଲାଣ ବେଳେ ଗାଡ଼ି ଧରାପଡ଼ୁଥିଲା । ଆଉ କେଉଁଠି କେଉଁଠିତ ଗୋମାଂସ ଚୋରା ଚାଲାଣ ବେଳେ ଗାଡ଼ି ଧରାପଡ଼ିଥିବାର ନଜିର ରହିଛି । ଏହି ସବୁକୁ ରୋକିବା ପାଇଁ ଅନେକ ସମାଜସେବୀ ଏବଂ ସାଧାରଣ ଲୋକ ନିବେଦନ କରିଆସୁଥିଲେ, କିନ୍ତୁ ସରକାର ଏହା ଉପରେ କୌଣସି ଦୃଷ୍ଟାନ୍ତମୂଳକ କାର୍ଯ୍ୟାନୁଷ୍ଠାନ ନେଉନଥିଲେ । ଆଜି ଏହି ହାଇକୋର୍ଟ ଏ ସବୁକୁ ରୋକିବା ପାଇଁ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି । ଆଉ ହାଇକୋର୍ଟଙ୍କ ଏହି ନିର୍ଦ୍ଦେଶକୁ ସ୍ବାଗତ କରାଯାଇଛି ।
/kanak/media/agency_attachments/2024-07-23t061209958z-vpn68eiq1eknckql8r0y.jpg)
/kanak/media/member_avatars/2025/12/17/2025-12-17t084759337z-8e80dfc5-7f9d-489e-bfa6-474877a37c58-2025-12-17-14-17-59.jpg)
/kanak/media/media_files/2025/08/07/24-2025-08-07-18-44-54.jpg)