କନକ ବ୍ୟୁରୋ: ଚଳିତ ବିଧାନସଭାରେ ବିଶୃଙ୍ଖଳାକୁ ବରଦାସ୍ତ କରାଯିବ ନାହିଁ । ବିରୋଧୀ ଦଳଙ୍କର ଯଦି କୌଣସି ବିଷୟ ଉପସ୍ଥାପନ କରିବାର ଥିବ ତେବେ ଗଠନ ମୂଳକ ପରାମର୍ଶ ଦେଲେ ଉପାଦେୟ ହେବ ବୋଲି କହିଛନ୍ତି ବାଚସ୍ପତି ସୁରମା ପାଢୀ । 

Advertisment

ଫେବ୍ରୁଆରୀ ୧୩ରୁ ସପ୍ତଦଶ ବିଧାନସଭାର ତୃତୀୟ ଅଧିବେଶନ ଆରମ୍ଭ ହେବ । ପ୍ରଥମ ଦିନ ରାଜ୍ୟପାଳଙ୍କ ଅଭିଭାଷଣ ରହିବ । ୧୪ ଓ ୧୫ ଦୁଇ ଦିନ ଧରି ଅଭିଭାଷଣ ସମ୍ପର୍କିତ ଆଲୋଚନା ରହିବ । ଏଥର ୨୮ ଦିନ ରହିବ କାର୍ୟ୍ୟଦିବସ । ୧୭ ତାରିଖରେ ଆଗତ ହେଵ ବଜେଟ । ୨୦ ଓ ୨୧ ତାରିଖରେ ବଜେଟ ଉପରେ ସାଧାରଣ ଆଲୋଚନା ରହିଛି । ମାର୍ଚ୍ଚ ୭ରେ ସ୍ଥାୟୀ କମିଟି ରିପୋର୍ଟ ଉପସ୍ଥାପନ ହେବ । ତେବେ ପୂର୍ବରୁ ଶୀତକାଳୀନ ଅଧିବେଶନ ପାଇଁ ବାଚସ୍ପତି ସର୍ବଦଳୀୟ ବୈଠକ ଡାକିଥିଲେ ବି ବିରୋଧୀଙ୍କ ହଟ୍ଟଗୋଳରେ ଗୃହ ଚାଲିବାରେ ସମସ୍ରା ହୋଇଥିଲା। ଏହାକୁ ଦୃଷ୍ଟିରେ ରଖି ହେବାକୁ ଥିବା ବଜେଟ୍ ଅଧିବେଶନ ପାଇଁ ସଚେତନ ହୋଇଛନ୍ତି ଶାସକ ଦଳ ଓ ବାଚସ୍ପତି।